Advertisment

୬ରୁ ଛେଚିବ! ବଢ଼ିବ ବର୍ଷା

ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ୧୧ ଜିଲ୍ଲାରେ ବର୍ଷା ପରିମାଣ ସ୍ୱାଭାବିକ ରହିଛି।

author-image
Madhupriya Mistry
Rain

Rain

ବର୍ତ୍ତମାନ ରାଜ୍ୟରେ ବଡ଼ ବର୍ଷା ସମ୍ଭାବନା ନାହିଁ। କିନ୍ତୁ ପ୍ରତିଦିନ କିଛି କିଛି ସ୍ଥାନରେ ହାଲୁକାରୁ ସ୍ୱଳ୍ପ ବର୍ଷା ହୋଇପାରେ। ୫ ତାରିଖରୁ କିଛି ମାତ୍ରାରେ ବଢ଼ିପାରେ ବର୍ଷା ପରିମାଣ। ୬ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Advertisment

ଆଜି ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି। କାଁ ଭାଁ କେଉଁଠି ହେଉଛି ଝିପିଝିପି ବର୍ଷା। ସେପଟେ ମୌସୁମୀ ସିଜିନରେ ଏଯାଏ ରାଜ୍ୟରେ ୨୬ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି।

ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ୧୧ ଜିଲ୍ଲାରେ ବର୍ଷା ପରିମାଣ ସ୍ୱାଭାବିକ ରହିଛି। ମୟୂରଭଞ୍ଜ ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ରେକର୍ଡ କରିଛି ପାଣିପାଗ ବିଭାଗ।

Advertisment
Heavy Rain Weather Report Odisha Rain