ବର୍ଷାରେ ଭିଜିବେ ମହାପ୍ରଭୁ ଶ୍ରୀଜୀଉ! ରଥଯାତ୍ରାରେ ଶ୍ରୀକ୍ଷେତ୍ରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶ୍ରୀକ୍ଷେତ୍ର ପରି ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡକ୍ଟର ମନୋରମା ମହାନ୍ତିଙ୍କ କହିବା ଅନୁସାରେ ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୭ ତାରିଖରେ କନ୍ଧମାଳ, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୮ ତାରିଖରେ ମୟୂରଭଞ୍ଜ,କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।