Advertisment

କମିବ ଶୀତ, ବଢ଼ିବ ତାପମାତ୍ରା; ହୋଇପାରେ ବର୍ଷା

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୪୮ ଘଣ୍ଟା ଭିତରେ କୋରାପୁଟ ଓ କନ୍ଧମାଳରେ ଘନ କୁଡୁଡି ହେବାର ସମ୍ଭାବନା ରହିଛି।

author-image
Manoranjan Sial
cold wave

cold wave

ଆଗାମୀ ୨୪ ଘଣ୍ଟା ଶୀତର ଲହରୀ ରହିବ। ତା’ପରେ ଧୀରେ ଧୀରେ ପାଗ ପରିବର୍ତ୍ତନ ହେବ। ଆଉ କମିବ ଶୀତ। ଆସନ୍ତାକାଲିଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ଏଥିସହ ରାଜ୍ୟର କେତେକ ଜିଲ୍ଲାରେ ସକାଳେ ଘନ କୁହୁଡି ହୋଇପାରେ। ସେପଟେ କେତେକ ଜିଲ୍ଲାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସାମାନ୍ୟ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୪୮ ଘଣ୍ଟା ଭିତରେ କୋରାପୁଟ ଓ କନ୍ଧମାଳରେ ଘନ କୁଡୁଡି ହେବାର ସମ୍ଭାବନା ରହିଛି। ସେହିପରି କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଟି ସ୍ଥାନରେ ମଧ୍ୟମ ଧରଣର କୁହୁଡି ହୋଇପାରେ। ଏହାଛଡ଼ା ସୁନ୍ଦରଗଡ଼, ଝାରସୁଗୁଡ଼ା, ଜଗତସିଂହପୁର, ଅନୁଗୋଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସାମାନ୍ୟ କୁହୁଡି ହେବାର ସମ୍ଭାବନା ରହିଛି।

ଆଗାମୀ ୨୪ ଘଣ୍ଟାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୧୭ ତାରିଖରେ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲକା ବର୍ଷା ହୋଇପାରେ। ୧୮ ତାରିଖରେ ମଧ୍ୟ ଗୋଟିଏରୁ ଦୁଇଟି ଜିଲ୍ଲାରେ ବର୍ଷା ହୋଇପାରେ। ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କାଁଭାଁ ବର୍ଷା ହୋଇପାରେ।

Advertisment

୧୯ ତାରିଖ କିଛି କିଛି ଜିଲ୍ଲାରେ ହାଲ୍‌କା ବର୍ଷା ହୋଇପାରେ। ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ୨୦ ତାରିଖରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଏବଂ ୨୧ ତାରିଖରେ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ କିଛି ସ୍ଥାନରେ ହାଲ୍‌କା ବର୍ଷା ହୋଇପାରେ। ୨୨ ତାରିଖରୁ ବର୍ଷାର କୌଣସି ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Rain Winter