ଆଜି ସକାଳେ ତତାଇବା ପରେ ଅପରାହ୍ନରେ ବର୍ଷାରେ ଭିଜିଲା ଓଡ଼ିଶାର କିଛି ଜିଲ୍ଲା। ଯାହାଫଳରେ ଅସହ୍ୟ ଖରା ଓ ତାତିରୁ ମିଳିଛି ସାମୟୀକ ଆଶ୍ୱସ୍ତି। ଆଜି ଅପରାହ୍ନରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ହେଉଛି। ନୟାଗଡ଼, ପୁରୀ ଓ ଗଞ୍ଜାମ ଜିଲ୍ଲା ସମେତ ରାଜଧାନୀ ଭୁବନେଶ୍ୱରରେ କାଳବୈଶାଖୀ ଜନିତ ବର୍ଷା ହେଉଛି। ନୟାଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ପବନ ସାଙ୍ଗକୁ କୁଆପଥର ମାଡ଼ ସହ ବର୍ଷା ହୋଇଛି। ସେହପରି ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳ ଓ ପୁରୀ ଜିଲ୍ଲାରେ ବୈଶାଖୀ ଜନିତ ବର୍ଷା ହୋଇଛି। ଆଜି ପରି ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ମଧ୍ୟ କିଛି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍ ଅନୁସାରେ ମଙ୍ଗଳବାର ସକାଳ ସାଢ଼େ ୮ଟାରୁ ବୁଧବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ,ବାଲେଶ୍ୱର, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ପବନ ବୋହିବା ସହିତ ଘଡଘଡ଼ି ଓ ବଜ୍ରପାତ ସହ କେତେକ ସ୍ଥାନରେ କୁଆପଥର ମାଡ଼ ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ଢେଙ୍କାନାଳ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା,ଯାଜପୁର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ବୁଧବାର ସକାଳ ସାଢ଼େ ୮ଟାରୁ ଗୁରୁବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ପବନ ବୋହିବା ସହିତ ଘଡଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଅନୁଗୋଳ,ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ,ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗୁରୁବାର ସକାଳ ସାଢ଼େ ୮ଟାରୁ ଶୁକ୍ରବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ପବନ ବୋହିବା ସହିତ ଘଡଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କଳାହାଣ୍ଡି, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଶୁକ୍ରବାର ସକାଳ ସାଢ଼େ ୮ଟାରୁ ଶନିବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର,ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା,ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
#TS & #Lightning Warning for Day-1 to Day-5:- pic.twitter.com/EduDaa6TZt
— Meteorological Centre, Bhubaneswar (@mcbbsr) May 6, 2024
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।