Advertisment

ଆସନ୍ତା କାଲିଠାରୁ କମିବ ବର୍ଷା!

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଥିଲା। ତେବେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିଲା। ଯେଉଁଥିପାଇଁ ଜୀବନ ଯାତ୍ରା ପ୍ରଭାବିତ ହୋଇଥିଲା।

undefined

Rain

Advertisment

ଆସନ୍ତା କାଲିଠାରୁ ରାଜ୍ୟଉପରୁ ପଶ୍ଚିମବଙ୍ଗର ପଶ୍ଚିମଭାଗରେ ସକ୍ରିୟ ରହିଥିବା ଲଘୁଚାପର ପ୍ରଭାବ କମିବାରେ ଲାଗିଛି। ଯେଉଁଥିପାଇଁ ରାଜ୍ୟରେ ବର୍ଷାର ମାତ୍ରା ଧୀରେ ଧୀରେ କମିବ। ତେବେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସାଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ସୂଚନାରୁ ପ୍ରକାଶ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଥିଲା। ତେବେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିଲା। ଯେଉଁଥିପାଇଁ ଜୀବନ ଯାତ୍ରା ପ୍ରଭାବିତ ହୋଇଥିଲା। ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଥିବା ଦେଖିବାକୁ ମିଳିଥିଲା। ବିପଦ ସଂକେତ ଉପରେ ବୈତରଣୀ ଓ ଜଳକା ନଦୀ ପ୍ରବାହିତ ହେଉଛି।

Advertisment

Rain Alert Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe