Fog
କମିବ ବର୍ଷା, ବଢ଼ିବ କୁହୁଡି। ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ କାଲିଠୁ ସମ୍ପୂର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Advertisment
ଆଜି ବିଶେଷ କରି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ଗଂଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ତେବେ କାଲିଠାରୁ ପାଗରେ ପରିବର୍ତ୍ତନ ଆସିବ। କାଲିଠୁ ବର୍ଷା ସଂପୂର୍ଣ୍ଣ କମିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ସେହିପରି ଦୁଇ ଦିନ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖାଦେବ। ଘନ କୁହୁଡ଼ି ନେଇ ଆଜି ପାଇଁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗିର, ଝାରସୁଗୁଡ଼ା, ନୂଆପଡ଼ା, ବରଗଡ଼, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାର କିଛି ଅଞ୍ଚଳରେ ଘନ କୁହୁଡ଼ି ସମ୍ଭାବନା ରହିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
