Advertisment

ମଙ୍ଗଳବାର ହେବ ଅସମ୍ଭାଳ ତାତି! କଟକ- ଭୁବନେଶ୍ୱର ପାଇଁ ରେଡ୍‌ ୱାର୍ଣ୍ଣିଂ

କଟକ- ଭୁବନେଶ୍ୱର ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେଉଥିବାରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି।

author-image
Manoranjan Sial
ଅଦ୍ୟତନ ହୋଇଛି
Heat Wave

Heat Wave

ଆଜି ରୁପାର ନଗରୀ କଟକ ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ୱରକୁ ଅରେଞ୍ଜ ୱାର୍ଣ୍ଣିଂ ଥିଲା। ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଏହି ମହାନଗରୀର ତାତି ଆହୁରି ଭୟଙ୍କର ହେବ। ତାପମାତ୍ରା ୪୫ ଡିଗ୍ରୀ ଅତିକ୍ରମ କରିପାରେ। ତେଣୁ କଟକ- ଭୁବନେଶ୍ୱର ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେଉଥିବାରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ମଙ୍ଗଳବାର ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର,ଭଦ୍ରକ,ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ବୌଦ୍ଧ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ ଜିଲ୍ଲାର ତାତି ୪୫ ଡିଗ୍ରୀ ଅତିକ୍ରମ କରିପାରେ। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୋନପୁର, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ପୁରୀ, ଗଞ୍ଜାମ, ରାୟଗଡ଼ା,କୋରାପୁଟ, ନବରଙ୍ଗପୁର ଓ ବରଗଡ଼ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ସେଥିପାଇଁ ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବୁଧବାର ଭଦ୍ରକ,ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ବୌଦ୍ଧ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ ଜିଲ୍ଲାର ତାତି ୪୫ ଡିଗ୍ରୀ ଅତିକ୍ରମ କରିପାରେ। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ, ନୟାଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହେବ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଗୁରୁବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼,ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପୁରୀ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, କଟକ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Bhubaneswar Heat Wave Heat Wave In Odisha Cuttack