Advertisment

କାଲି ଯାଏଁ ପ୍ରବଳ ଛେଚିବ, ୧୦ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ବୌଦ୍ଧ।

ଅଦ୍ୟତନ ହୋଇଛି
Boudh Rain

Boudh Rain

Advertisment

କାଲି ସକାଳ ପର୍ଯ୍ୟନ୍ତ ୧୦ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ। ଏହି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ବୌଦ୍ଧ। ଏହି ଜିଲ୍ଲାମାନଙ୍କରେ ଅତ୍ୟନ୍ତ ପ୍ରବଳ ଅର୍ଥାତ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି।

Advertisment

ଅତି ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ୍ ଫ୍ଲଡ୍‌ ଆଶଙ୍କା ସୃଷ୍ଟି ପୂର୍ବାନୁମାନ କରାଯାଇଛି। ରେଡ୍ ୱାର୍ଣ୍ଣିଂ ଜାରି ଜିଲ୍ଲାରେ ନଦୀର ଜଳସ୍ତର ବୃଦ୍ଧି ପାଇବା ସମ୍ଭାବନା ରହିଛି।

ସେହିପରି ଆସନ୍ତାକାଲି ପର୍ଯ୍ୟନ୍ତ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ।

Advertisment

ସେହିପରି ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କଟକ, ନୟାଗଡ଼, ନବରଙ୍ଗପୁର, ଯାଜପୁର।

ସୂଚନା ଥାଉକି, ଗତ ୨୪ ଘଣ୍ଟାରେ ବୌଦ୍ଧରେ ସର୍ବାଧିକ ୩୯୦.୬ ମିମି ବର୍ଷା ହୋଇଛି। ୨୦ଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ରେକର୍ଡ ହୋଇଛି। ୫୦ଟି ସ୍ଥାନରେ ଅତିପ୍ରବଳ, ୬୧ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ସୋନପୁରରେ ୨୧୩.୬, ଫୁଲବାଣୀରେ ୨୦୫.୬ ମିମି, ବଲାଙ୍ଗିରରେ ୧୭୩ ମିମି, କେନ୍ଦୁଝରରେ ୧୫୦.୨ ମିମି, ଅନୁଗୁଳରେ ୧୫୦ ମିମି, ତାଳଚେରରେ ୧୪୭ ମିମି, ଭବାନୀପାଟଣାରେ ୧୪୫ ମିମି ବର୍ଷା ରେକର୍ଡ ହୋଇଛି।

ଲଗାଣ ବର୍ଷା ପାଇଁ ଆଜି ୧୪ ଜିଲ୍ଲାରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା ହୋଇଛି।

Heavy Rain Odisha Weather Report Rain Alert
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe