Advertisment

ମାଡ଼ି ଆସୁଛି ‘ଦାନା’; ଜାଣନ୍ତୁ କେଉଁ ଦିନ ହେବ କେତେ ପବନ

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶା ଉପକୂଳରେ ଆଜି ରାତିଠୁ ପବନର ବେଗ ବଢ଼ିବ।

ଅଦ୍ୟତନ ହୋଇଛି
Weather

Weather

Advertisment

ସମୁଦ୍ରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଆସନ୍ତାକାଲି ବାତ୍ୟାର ରୂପ ନେବ। ପରେ ଭୀଷଣ ବାତ୍ୟାରେ ପରିଣତ ହୋଇ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସହ ପବନ ହେବ। ଲ୍ୟାଣ୍ଡଫଲ କରିବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ ରୁ ୧୧୦ କି.ମି ରହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥିସହ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶା ଉପକୂଳରେ ଆଜି ରାତିଠୁ ପବନର ବେଗ ବଢ଼ିବ। ତେବେ କେଉଁ ଦିନ ହେବ କେତେ ପବନ ପାଣିପାଗ କେନ୍ଦ୍ର ପକ୍ଷରୁ   ସୂଚନା ଜାରି କରାଯାଇଛି।

Advertisment

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ ଅନୁସାରେ, ସମ୍ଭାବ୍ୟ ବାତ୍ୟା ପ୍ରବାହରେ ଆଜି ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୪୪ରୁ ୫୫ କିମି ବେଗରେ ପବନ ବହିବ। ସେହିପରି ଝଟକା ପବନ ୬୫ କିମି କିଲୋମିଟର ଛୁଇଁପାରେ ବୋଲି ପୂର୍ବାନୁମାନ କରାଯାଇଛି।

ସମ୍ଭାବ୍ୟ ବାତ୍ୟାଟି ଗଭୀର ଅବପାତରେ ପରିଣତ ହେବା ପରେ ଓଡ଼ିଶା ଉପକୂଳରେ ପବନର ବେଗ ବ‍ଢ଼ିବ। ଆଜି ରାତିରେ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିମି ରହିବ। ସେହିପରି ଝଟକା ପବନ ୭୦କିମି ବେଗରେ ବହିବ।

Advertisment

ସେହିପରି ଗଭୀର ଅବପାତ ଆସନ୍ତାକାଲି ବାତ୍ୟାର ରୂପ ନେବା ପରେ ପବନର ବେଗ ଘଣ୍ଟାପ୍ରତି ୮୦ରୁ ୯୦ କିମି ରହିବ। ୨୪ ତାରିଖ ସକାଳେ  ଭୀଷଣ ବାତ୍ୟାର ରୂପ ନେବାପରେ ପବନର ବେଗ ବଢ଼ିବ। ଘଣ୍ଟାପ୍ରତି ୯୦ରୁ ୧୦୦  କିମି ବେଗରେ ପବନ ବହିବ।

ସମ୍ଭାବ୍ୟ ବାତ୍ୟା ଉପକୂଳ ଅତିକ୍ରମ କରିବାବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନବ ୧୨୦ କିଲୋମିଟର ଛୁଇଁପାରେ ବୋଲି ପୂର୍ବାନୁମାନ କରାଯାଇଛି।

ସମ୍ଭାବ୍ୟ ବାତ୍ୟାଟି ଲ୍ୟାଣ୍ଡଫଲ୍ କରିବା ପରେ ୨୫ ତାରିଖ ସକାଳେ ଓଡ଼ିଶା ଉପକୂଳରେ ପବନର ବେଗ କମିଯିବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୭୫ରୁ୮୫ କିମି ରହିବ। ସେହିପରି ଝଟକା ପବନ ବେଗ ୯୫କିମି ରହିବ।

Heavy Rain Weather Report Cyclone Dana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe