Advertisment

କଲବଲ କରୁଛି ଲଗାଣ ବର୍ଷା; ୧୩ଟି ଜିଲ୍ଲାର ସ୍କୁଲ ଛୁଟି ଘୋଷଣା

ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି।

author-image
Niharika Rout
ଅଦ୍ୟତନ ହୋଇଛି
school

school

ରାଜଧାନୀଠୁ ଆରମ୍ଭ କରି ଉପକୂଳ ପର୍ଯ୍ୟନ୍ତ ସବୁଠି ତୁହାକୁ ତୁହା ବର୍ଷା ହେଉଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ଆଜି ବି ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଲାଗି ରହିଥିବାରୁ ୧୪ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି।

Advertisment

ମୁଖ୍ୟତଃ କେନ୍ଦୁଝର, ବଲାଙ୍ଗିର, ନୂଆପଡ଼ା, ବାଲେଶ୍ୱର , କଳାହାଣ୍ଡି, ସୁବର୍ଣ୍ଣପୁର, ସମ୍ବଲପୁର, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଆଦି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏହାବାଦ ଦେବଗଡ଼ ଜିଲ୍ଲାର ସମସ୍ତ ସ୍କୁଲକୁ ୨ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି।  ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାର ସମସ୍ତ ସ୍କୁଲ ଆଜି ଓ ଆସନ୍ତାକାଲି ବନ୍ଦ ରହିବ ।

 ଲଗାଣ ବର୍ଷା ପାଇଁ ଜିଲ୍ଲାପାଳମାନେ ସ୍କୁଲ ଛୁଟି ନେଇ ନୋଟିସ୍ ଜାରି କରିଛନ୍ତି। ଏପରିକି ଏହି ସୂଚନା ପିଲାଙ୍କ ନିକଟରେ ପହଞ୍ଚାଇବା ନିମନ୍ତେ ଗଣମାଧ୍ୟମ, ଫୋନ୍‌ ତଥା ହ୍ୱାଟସ୍‌ ଆପ୍‌ ଗ୍ରୁପ୍‌ର ସାହାଯ୍ୟ ନିଆଯାଉଛି।

Advertisment

ଏଥିସହ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାର ସମସ୍ତ ବିଡିଓଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ତଳିଆ ଅଞ୍ଚଳରେ ର୍ଷା ସ୍ଥିତି ଦେଖି ଲୋକଙ୍କୁ ସ୍ଥାନାନ୍ତର କରାଯିବ। ମାଟି ଘରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନାକୁ ସ୍ଥାନାନ୍ତର କରିବା ଉପରେ ଗୁରୁତ୍ୱ ଦେବାକୁ କେନ୍ଦୁଝର ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ବର୍ଷା ସ୍ଥିତିକୁ ଦେଖି ସମ୍ବଲପୁରରେ ସମସ୍ତ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ବିନା ଅନୁମତିରେ ଜିଲ୍ଲା ମୁଖ୍ୟାଳୟ ଛାଡ଼ି ନଯିବାଲାଗି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ଅନନ୍ୟା ଦାସ ।

Heavy Rain School