Advertisment

୭ ଦିନ ପାଇଁ ୱାର୍ଣ୍ଣିଂ ଜାରି: ଜାଣନ୍ତୁ, କେଉଁଠି ଅତ୍ୟନ୍ତ ପ୍ରବଳ, କେଉଁଠି ପ୍ରବଳରୁ ଅତି ପ୍ରବଳ ଓ କେଉଁଠି ପ୍ରବଳ ବର୍ଷା ହୋଇପାରେ

ମୟୂରଭଞ୍ଜ ଓ କେନ୍ଦୁଝରର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏମିତିକି ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

author-image
Jitendra Garnayak
ଅଦ୍ୟତନ ହୋଇଛି
Rain

Rain

ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହୋଇ ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସହିତ ଆଜି ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଆଗାମୀ ୨୪ ଘଣ୍ଟାରେ ଏହା ଝାଡ଼ଖଣ୍ଡ ଦେଇ ଧୀରେ ଧୀରେ ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେବାର ସମ୍ଭାବନା ରହିଛି l ଲଘୁଚାପର ସ୍ଥିତି ଏଭଳି ଥିବା ବେଳେ ବର୍ଷା ନେଇ ଆଗାମୀ ୭ ଦିନ ପାଇଁ ଆଜି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।

Advertisment

ଏକ ପ୍ରେସ୍ ରିଲିଜ୍‌ ମାଧ୍ୟମରେ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଆସନ୍ତାକାଲି (ଜୁନ ୧୯) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଓ କେନ୍ଦୁଝରର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏମିତିକି ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତା’ ସହିତ ଘଡ଼ଘଡ଼, ବିଜୁଳି ମାରିପାରେ ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ। ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ବାଲେଶ୍ୱରର ଗୋଟିଏ ବା ଦୁଇଟି ସ୍ଥାନରେ ଘଡ଼ଘଡ଼ ଓ ବିଜୁଳି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ତା’ ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। 

Advertisment

ସେହିପରି ବରଗଡ଼, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଯାଜପୁର ଓ ଭଦ୍ରକର ଗୋଟିଏ ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ପବନ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହିତ କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ଝଟକା ପବନ ସହିତ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଓ ସମ୍ବଳପୁରର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ବରଗଡ଼, ସୋନପୁର, ଦେବଗଡ଼, ଅନୁଗୋଳ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୦ ତାରିଖ ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୨ ତାରିଖ ସକାଳ ସାଢ଼େ ୮ଟାରୁ ୨୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୩ ତାରିଖ ସକାଳ ସାଢ଼େ ୮ଟାରୁ ୨୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର କୌଣସି ସ୍ଥାନ ପାଇଁ ୱାର୍ଣ୍ଣିଂ ଜାରି କରାଯାଇନାହିଁ।

୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ କେନ୍ଦୁଝରର ଯୋଡ଼ାରେ ସର୍ବାଧିକ ୧୩୦ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ମୟୂରଭଞ୍ଜର ତିରିଙ୍ଗରେ ୧୨୧ ମିମି, କେନ୍ଦୁଝରର ବାଂଶପାଳରେ ୯୮.୨, ସୁନ୍ଦରଗଡ଼ର ଟେନସାରେ ୮୯.୬, ସୁନ୍ଦରଗଡ଼ର ବଣେଇଗଡ଼ରେ ୮୪.୪, ସମ୍ବଲପୁରର ନାକଟିଦେଉଳରେ ୭୫ ଓ କେନ୍ଦୁଝରର ତେଲକୋଇରେ ୭୪.୪ ମିମି ବର୍ଷା ହୋଇଛି। 

Heavy Rain Low Pressure