Advertisment

ଲଗାଣ ବର୍ଷାରେ ଉବୁଟୁବୁ ମାଲକାନଗିରି, ବିଭିନ୍ନ ସ୍ଥାନକୁ ଯୋଗାଯୋଗ ବିଚ୍ଛିନ୍ନ

ତଳିଆ ଅଞ୍ଚଳରେ ରହୁଥିବା ଲୋକମାନଙ୍କୁ ପ୍ରଶାସନ ପକ୍ଷରୁ ସଚେତନ କରାଯାଇଛି।

author-image
Tapaswini Nayak
malkangiri

malkangiri

ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡ଼ିଛି ମାଲକାନଗିରିା ଜିଲ୍ଲାର ଅନେକ ଅଞ୍ଚଳରେ ବର୍ଷା ପାଣି ଜମି ରହିଛି। NH ୩୨୬ର ପୋଟେରୁ ପୋଲ ଉପରେ ଆଣ୍ଠୁଏ ଉଚ୍ଚର ପାଣି ସୁଅ ଚାଲୁଛି। ସୁଅ ପ୍ରଖର ଥିବାରୁ ଲୋକେମାନେ ଯିବାଆସିବା ସମ୍ଭବପର ହେଉ ନାହିଁ। ଯାହାଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛିା ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଯାନବାହନ ଅଟକି ରହିଛିା

Advertisment

ସେହିପରି MV 90 ଓ କାଙ୍କୋରକୁଣ୍ଡାରେ ବି ଜାତୀୟ ରାଜପଥ ଉପରେ ପାଣି ଚାଲୁଛିା ଏମଭି ୩୭ରେ ପାଣି ସୁଅ କାଟୁଥିବାରୁ ମାଲକାନଗିରିରୁ ବାଲିମେଳାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛିା

ଅନ୍ୟପକ୍ଷରେ ତଳିଆ ଅଞ୍ଚଳରେ ରହୁଥିବା ଲୋକମାନଙ୍କୁ ପ୍ରଶାସନ ପକ୍ଷରୁ ସଚେତନ କରାଯାଇଛି। ପାଣି ବଢ଼ିଲେ ସେମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କୁ ସ୍ଥାନାନ୍ତର ପରେ ଶୁଖିଲା ଖାଦ୍ୟ ଓ ରନ୍ଧା ଖାଦ୍ୟ ଯୋଗେଇ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଏଭଳି ପରିସ୍ଥିତି ଉପୁଜିଛି କୁହାଯାଇଛି।

Advertisment

ପ୍ରତିବର୍ଷ ମାଲକାନଗିରି ଜିଲ୍ଲାରେ ବର୍ଷା ଦିନ ଦିନରେ ଏପରି ସ୍ଥିତି ଉପୁଜିଥାଏ। ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ଏକ ପ୍ରକାର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଥାଏ। ଲୋକେମାନେ ଖାଇବା ଓ ରହିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ହେଲେ ପ୍ରଶାସନ ସବୁ ଜାଣି ମଧ୍ୟ ଚୁପ୍‌ ରହିଥାଏ। ସେହି ସମୟରେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରି ସେମାନଙ୍କୁ ରନ୍ଧା ଖାଦ୍ୟ ଦେଇ କାମ ସାରିଦେଇଥାଏ। ହେଲେ ତଳିଆ ଅଞ୍ଚଳର ଲୋକେ କିପରି ବର୍ଷା ଦିନେ ହଇରାଣ ହରକତ ନ ହେବେ ସନେଇ ପ୍ରଶାସନ କୌଣସି ସ୍ଥାୟୀ ବ୍ୟବସ୍ଥା କରିନଥାଏ। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟ ପକ୍ଷରେ ବଡ଼ ବର୍ଷା ନେଇ ପାଣିପାଗ କେନ୍ଦ୍ର ଚେତାବନୀ ଦେଇଥିବାରୁ ମାଲକାନଗିରିବାସୀଙ୍କ ଏହା ଚିନ୍ତାର କାରଣ ପାଲଟିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଭୂସ୍ଖଳନର ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ଅନୁମାନ କରିଛି।

Malkangiri Waterlogging