Advertisment

୧୮ ଯାଏ ପ୍ରବଳ ବର୍ଷା! ଜାଣନ୍ତୁ, କେଉଁ ଜିଲ୍ଲାଗୁଡ଼ିକରେ ବର୍ଷିପାରେ

ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଦୁଇଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Rain water and Umbrella

Rain water and Umbrella

Advertisment

ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳର ପଶ୍ଚିମକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Advertisment

ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି, ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।

ସେହିପରି କୋରାପୁଟ, ମାଲକାନଗିରି, ଗଞ୍ଜାମ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, କଟକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି।

Advertisment

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୧୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି, ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

୧୬ ତାରିଖ ସକାଳ ସାଢ଼େ ୮ଟାରୁ ୧୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି, ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

୧୭ ତାରିଖ ସକାଳ ସାଢ଼େ ୮ଟାରୁ ୧୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି, ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

୧୮ ତାରିଖ ସକାଳ ସାଢ଼େ ୮ଟାରୁ ୧୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି, ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe