Advertisment

ରବିବାର ସକାଳ ଯାଏଁ ବର୍ଷା; ଜାଣନ୍ତୁ, କେବେ କେଉଁଠି ହେବ

ଆଗାମୀ ୪ ଦିନ ଯାଏ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତନ ହେବ ନାହିଁ। କିନ୍ତୁ ତା’ପରେ ୨ରୁ ୪ ଡିଗ୍ରୀ କମିବ।

ଅଦ୍ୟତନ ହୋଇଛି
Rain

Rain

Advertisment

ଦକ୍ଷିଣ ବଙ୍ଗୋପ ସାଗରରେ ଲଘୁଚାପ ସକ୍ରିୟ ଥିବା ବେଳେ ରବିବାର (୨୨ ଡିସେମ୍ବର) ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହିତ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। 

Advertisment

ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Advertisment

୨୧ ତାରିଖ ସକାଳ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। 

ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ପାଇଁ କୁହୁଡ଼ି ନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ଚେତାବନୀ ଦିଆଯାଇ ନଥିବା ବେଳେ ଆଗାମୀ ୪ ଦିନ ଯାଏ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତନ ହେବ ନାହିଁ ବୋଲି କୁହାଯାଇଛି। ଅର୍ଥାତ୍ ଏହି ୪ ଦିନ ଶୀତର ପ୍ରକୋପ ସ୍ୱାଭାବିକ ରହିବ। ୨୨ ତାରିଖରୁ ପାଗ ବଦଳିବ ଓ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବ।

ଗତ ୨୪ ଘଣ୍ଟାରେ ରାଉରେକଲାରେ ସର୍ବନିମ୍ନ ତାପମାତ୍ରା ୮.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି ପାହାଡ଼ିଆ ଅଞ୍ଚଳ ଦାରିଙ୍ଗିବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୩.୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୨୦.୪ ଓ କଟକରେ ୧୮.୫ ରେ ଡିଗ୍ରୀ ରେକର୍ଡ କରାଯାଇଛି। 

Rain Alert Weather Update Weather Forecast
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe