Advertisment

ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି ଜିଲ୍ଲାରେ ପ୍ରବେଶ କରିଛି।

ଅଦ୍ୟତନ ହୋଇଛି
Monsoon

Monsoon

Advertisment

ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି ଜିଲ୍ଲାରେ ପ୍ରବେଶ କରିଛି। ଜିଲ୍ଲାର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରୀୟ ରହିଛି।

Advertisment

ଚଳିତ ବର୍ଷ ସ୍ୱାଭାବିକ ସମୟର ୪ ଦିନ ପୂର୍ବରୁ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି। ଗତ ୩୦ ତାରିଖରେ କେରଳ ଉପକୂଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ୮ ଦିନ ପରେ ଆଜି ଓଡ଼ିଶାରେ ଏହା ପ୍ରବେଶ କରିଛି। ଏହା ପର୍ଯ୍ୟାୟ କ୍ରମେ ରାଜ୍ୟର ଅନ୍ୟ ଅଞ୍ଚଳରେ ପ୍ରବେଶ କରିବ ।

ପ୍ରବଳ ଗରମ ହେତୁ ଗତ କିଛି ଦିନ ହେବ ରାଜ୍ୟବାସୀ କଲବଲ ହେଉଛନ୍ତି। ଏଥିରୁ ମୁକ୍ତି ପାଇବାକୁ ସେମାନେ ତ୍ରାହି ତ୍ରାହି ଡାକୁଥିବା ବେଳେ ଓଡ଼ିଶାରେ ମୌସୁମୀ ପ୍ରବେଶ କରିବା ଖବର ସମସ୍ତଙ୍କୁ ଆଶ୍ୱସ୍ତି ଦେଇଛି। ଏବେଠୁ ମୌସୁମୀ ରାଜ୍ୟରେ ପ୍ରବେଶ କରି ସାରିଥିବା ବେଳେ ଆଗକୁ ରହିଛି ରଜ । ତେଣୁ ଏଥର ସମସ୍ତେ ଆନନ୍ଦର ସହ ରଜ ପର୍ବ ପାଳନ କରିବେ ବୋଲି ପୂର୍ବାନୁମାନ ହେଉଛି।  

Advertisment

କୃଷି ପ୍ରଧାନ ରାଜ୍ୟ ଓଡ଼ିଶା ପାଇଁ ମୌସୁମୀ ଖୁବ୍‌ ଗୁରୁତ୍ୱପୂର୍ଣ। ଜୁନ୍ ଓ ଜୁଲାଇକୁ ମୌସୁମୀ ମାସ ରୂପେ ବିବେଚନା କରାଯାଏ । କାରଣ ଖରିଫ ଚାଷ ପାଇଁ ଏହି ମାସରେ ବିହନ ବୁଣାଯାଏ। ତେଣୁ ଚାଷୀମାନେ ବି ଆଶ୍ୱସ୍ତ ହୋଇଛନ୍ତି। 

Monsoon Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe