Advertisment

ଆସୁଛି ଆଉ ଏକ ଲଘୁଚାପ, ବର୍ଷା ନେଇ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଜାରି କରାଯାଇଥିବା ବୁଲେଟିନରେ କୁହାଯାଇଛି।

Rain

Rain

Advertisment

ଆଗାମୀ ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ (ବାତ୍ୟା ୱିଫାର ଅବଶିଷ୍ଟାଂଶ ଘୂର୍ଣ୍ଣିବଳୟ ରୂପରେ ପ୍ରବେଶ କରିବାର ସମ୍ଭାବନା ରହିଛି) ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଜାରି କରାଯାଇଥିବା ବୁଲେଟିନରେ କୁହାଯାଇଛି। ଏହା ସହିତ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କେଉଁ ସବୁ ସ୍ଥାନରେ ବର୍ଷା ହେବ, ସେ ନେଇ ପୂର୍ବାନୁମାନ କରିଛି ଓ ୟେଲୋ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।

Advertisment

ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅଳ୍ପ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ତେବେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିଭଳି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୨୩ ତାରିଖ ସକାଳ ସାଢ଼େ ୮ଟାରୁ ୨୪ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ପବନ (ଘଣ୍ଟା ପ୍ରତି ୩୦ରୁ ୪୦ କିମି) ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ଓ ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସୋନୁର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ପବନ ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ସୋନପୁର, ବଲାଙ୍ଗିର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ ବୌଦ୍ଧ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପୁରୀ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ, ଗଜପତି, ବରଗଡ଼, ସମ୍ବଲପୁର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୬ ତାରିଖ ସକାଳ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୭ ତାରିଖ ସକାଳ ସାଢ଼େ ୮ଟାରୁ ୨୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ଏହି ସମୟ ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼କରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସମାନ ସ୍ଥିତି ଜାରି ରହିବ। ଏହି ସମୟ ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Rain Alert Low Pressure
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe