Advertisment

୩ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା: ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି, ଜାଣନ୍ତୁ କେଉଁଠି ବର୍ଷିବ

ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ରାଜ୍ୟର ବାକି ଅଞ୍ଚଳକୁ ଛୁଇଁ ଥିବା ନେଇ ଆଜି ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସ୍ପେଶାଲ ବୁଲେଟିନ୍‌ରେ କୁହାଯାଇଛି। ସେହିପରି ବଙ୍ଗୋପସାଗର ଆଜି ଏକ ଲଘୁଚାପ ସୃଷ୍ଟି ହୋଇଛି।

author-image
Jitendra Garnayak
ଅଦ୍ୟତନ ହୋଇଛି
Rain

Rain

ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ଦକ୍ଷିଣପଶ୍ଚିମ ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେଉଥିବା ବେଳେ ୨୦ ତାରିଖ ଯାଏଁ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଓ ଅତିଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। 

Advertisment

ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସ୍ୱତନ୍ତ୍ର ବୁଲେଟିନରେ କୁହାଯାଇଛି, ଆସନ୍ତାକାଲି (ଜୁନ୍ ୧୮ ତାରିଖ) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ଝାରସୁଗୁଡ଼ାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ତା’ ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ ତଥା ବିଜୁଳି ମଧ୍ୟ ମାରିପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। 

ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୋଳ, ଢେଙ୍କାନାଳ, ଜୟପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ସହିତ ଏହି ସ୍ଥାନଗୁଡ଼ିକ ବିଜୁଳି ମାରିପାରେ ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ। 

Advertisment

ବାକି ଜିଲ୍ଲା- ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଓ କୋରାପୁଟର ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ତା’ ସହିତ ବିଜୁଳି ମାରିପାରେ ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି। ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୧୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଝାରସୁଗୁଡ଼ା, ଦେବଗଡ଼, ଢେଙ୍କାନାଳ, ଅନୁଗୋଳ, ବରଗଡ଼, ସୋନପୁର ଓ ବୌଦ୍ଧ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୯ ତାରିଖ ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି।

ଏହି ସମୟ ମଧ୍ୟରେ ବରଗଡ଼, ସୋନପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ ଓ ବୌଦ୍ଧ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୦ ତାରିଖ ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନାଯୋଗ୍ୟ, ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ରାଜ୍ୟର ବାକି ଅଞ୍ଚଳକୁ ଛୁଇଁ ଥିବା ନେଇ ଆଜି ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସ୍ପେଶାଲ ବୁଲେଟିନ୍‌ରେ କୁହାଯାଇଛି।

Rain Alert Low Pressure Weather Update Weather News