Advertisment

୧୫ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ, ଭୁବନେଶ୍ୱରରେ ସବୁଠୁ ଅଧିକ ତାତି

ରାଜଧାନୀ ଭୁବନେଶ୍ୱର ତଳକୁ ଅଧିକ ଖରା ହୋଇଛି ବୌଦ୍ଧରେ।

author-image
Jitendra Garnayak
ଅଦ୍ୟତନ ହୋଇଛି
Heat Weave

Heat Weave

ବୈଶାଖ ଓ ଜ୍ୟେଷ୍ଠ ମାସ ଆସିବାକୁ ଆହୁରି ଢେର ସମୟ ବାକି ଅଛି। ଏବେ ଚାଲିଛି ମାଘ। ତା’ପରେ ଆସିବ ଫାଲ୍‌ଗୁନ ଓ ଚୈତ୍ର। ତା’ପରେ ଆସିବ ବୈଶାଖ। କିନ୍ତୁ ଏବେଠୁ ଦାଉ ସାଜିଲାଣି ଖରା। ଆଜି ରାଜ୍ୟର ୧୫ଟି ସହରର ସର୍ବୋଚ୍ଚ ଦିନ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ବା ତା’ ଉପରେ ରେକର୍ଡ ହୋଇଛି। ଆଉ ସବୁଠୁ ଉତ୍ତପ୍ତ ସହର ପାଲଟିଛି ରାଜଧାନୀ ଭୁବନେଶ୍ୱର। ଏଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ଏହି ସୂଚନା। 

Advertisment

ରାଜଧାନୀ ଭୁବନେଶ୍ୱର ତଳକୁ ରହିଛି ବୌଦ୍ଧ। ଏଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୬ ଡିଗ୍ରୀ ରେକର୍ଡ କରାଯାଇଛି। ସେହିଭଳି ଭବାନୀପାଟଣାରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୫.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ାରେ ୩୫.୬, ପାରଳାଖେମୁଣ୍ଡିରେ ୩୫.୬, ଟିଟିଲାଗଡ଼ରେ ୩୫.୫, ନୟାଗଡ଼ରେ ୩୫.୫, ଜଗତସିଂହପୁରରେ ୩୫.୫, ବଲାଙ୍ଗିରରେ ୩୫.୩, ଅନୁଗୋଳରେ ୩୫.୧, ଭଦ୍ରକରେ ୩୫, ମାଲକାନଗିରିରେ ୩୫, ତାଳଚେରରେ ୩୫, ଚାନ୍ଦବାଲିରେ ୩୫ ଓ ବାଲେଶ୍ୱରରେ ୩୫ ଡିଗ୍ରୀ ରହିଥିଲା। 

ଅନ୍ୟପକ୍ଷରେ କଟକରେ ଆଜି ସର୍ବୋଚ୍ଚ ଦିନ ତାପମାତ୍ରା ୩୪.୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।     

Advertisment

ପାଣିପାଗ ବିଭାଗ ପକ୍ଷରୁ ଆଜି ଜାରି କରାଯାଇଥିବା ବୁଲେଟିନ୍ ଅନୁଯାୟୀ, ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ସବୁ ଜିଲ୍ଲାରେ ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି। 

୨୨ ତାରିଖ ସକାଳ ସାଢ଼େ ୮ଟାରୁ ୨୩ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବ। ରାଜ୍ୟର ବାକି ସବୁ ଅଞ୍ଚଳରେ ପାଗ ଶୁଖିଲା ରହିବ।

୨୩ ତାରିଖ ସକାଳ ସାଢ଼େ ୮ଟାରୁ ୨୪ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ ଓ ପୁରୀର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶା, କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ବୌଦ୍ଧର ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାକି ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। 

୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି, ସୋନପୁର, କନ୍ଧମାଳ, ବୌଦ୍ଧ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଖୋର୍ଦ୍ଧା, ଗଞ୍ଜାମ, ଗଜପତି ଓ ନୟାଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। 

ସେହିପରି ୨୬ ତାରିଖ ସକାଳ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ପୂର୍ବାନୁମାନ କରିଛି।       

Heat Wave Heat Wave In Odisha Weather Report Weather Update Weather News