Advertisment

ଆହୁରି ୪ ଦିନ କଲବଲ ହେବ ଅଧା ଓଡ଼ିଶା!

ଭୟଙ୍କର ଗରମ ଓ ଗୁଳୁଗୁଳି ଯୋଗୁ ଅସ୍ତବ୍ୟସ୍ତ ହୋଇଛି ଜୀବନ। ଏମିତିକା ଭୟଙ୍କର ତାତି ଆହୁରି ୪ ଦିନ ପର୍ଯ୍ୟନ୍ତ ଲାଗି ରହିବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅଦ୍ୟତନ ହୋଇଛି
undefined

Heat Wave

Advertisment

ଗତକାଲି ପରି ଆଜି ଅସମ୍ଭାଳ ହୋଇଛି ତାତି। କଲବଲ ହୋଇଛି ଅଧା ଓଡ଼ିଶା। ଘରେ ରହିହେଉନି କି ଘରୁ ବାହାରି ହେଉନି। ଭୟଙ୍କର ଗରମ ଓ ଗୁଳୁଗୁଳି ଯୋଗୁ ଅସ୍ତବ୍ୟସ୍ତ ହୋଇଛି ଜୀବନ। ଏମିତିକା ଭୟଙ୍କର ତାତି ଆହୁରି ୪ ଦିନ ପର୍ଯ୍ୟନ୍ତ ଲାଗି ରହିବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଗୁରୁବାର ମୟୂରଭଞ୍ଜ, ନୟାଗଡ଼, ଗଜପତି ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, ବୌଦ୍ଧ, କନ୍ଧମାଳ, ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଶୁକ୍ରବାର ମଧ୍ୟ ମୟୂରଭଞ୍ଜ, ନୟାଗଡ଼, ଗଜପତି ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଶନିବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, ଅନୁଗୋଳ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼,ବୌଦ୍ଧ, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ,ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ପଶ୍ଚିବ ଓ ଦକ୍ଷିଣ ଓଡ଼ିଶାରେ କେତେକ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିସହ ପବନ ବୋହିପାରେ। ଆସନ୍ତା ୨୦ ତାରିଖ ଅର୍ଥାତ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିସହ ୩୦ରୁ ୪୦କିମି ବେଗରେ ପବନ ବୋହିବାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Heat Wave Heat Wave In Odisha Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe