Advertisment

ଆହୁରି ବଢ଼ିବ ତାତି; ଏପ୍ରିଲଠୁ ଅଧିକ କଲବଲ କରିବ ମେ’

ଗତକାଲି ଏ ବର୍ଷ ପ୍ରଥମ ଥର ପାଇଁ ୪୪ ଡିଗ୍ରୀ ପାର୍ କରିଛି ରାଜ୍ୟର ତାତି।

author-image
Tapaswini Nayak
ଅଦ୍ୟତନ ହୋଇଛି
Weather

Weather

ଆହୁରି ବଢ଼ିବ ତାତି। ଏପ୍ରିଲ ଠାରୁ ଅଧିକ କଲବଲ କରିବ ମେ’। ଘରୁ ବାହାରିବା ହୋଇଯିବ ମୁସକିଲ୍। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ତ୍ରାହି ତ୍ରାହି ଟାକିବେ ଲୋକେ। ଏପରି ଆଗୁଆ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। 

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗର କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଟ୍ୱିଟ୍ କରି କହିଛନ୍ତି ଯେ, ମେ’ ମାସରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ। ସବୁବର୍ଷ ଅପେକ୍ଷା ଚଳିତ ମେ’ ମାସରେ ତାତି ଅଧିକ ହେବ। ଏନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।  ମେ’ ମାସରେ କେମିତି ରହିବ ଗ୍ରୀଷ୍ମର ପ୍ରକୋପ ଚଳିତ ମାସ ଶେଷ ସୁଦ୍ଧା ବିବରଣୀ ଜାରି କରାଯିବ। 

ଗତକାଲି ଏ ବର୍ଷ ପ୍ରଥମ ଥର ପାଇଁ ୪୪ ଡିଗ୍ରୀ ପାର୍ କରିଛି ରାଜ୍ୟର ତାତି।୪୪.୩ ଡିଗ୍ରୀ ସହ ବୌଦ୍ଧ ପାଲଟିଥିଲା ସର୍ବାଧିକ ଉତ୍ତପ୍ତ ସହର। ଏହା ତଳକୁ ରହିଥିଲା ବାରିପଦା। ଏଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୪.୨ ଡିଗ୍ରୀ ରେକର୍ଡ କରାଯାଇଥିଲା। ଗତକାଲି ରାଜ୍ୟରେ ୩୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ବା ତା’ ଉପରେ ରହିଥିଲା। ସେଥିରୁ ୧୦ଟି ସହରର ତାପମାତ୍ରା ୪୩ ଡିଗ୍ରୀ ବା ତା’ ଉପରେ ରହିଥିଲା।

Advertisment

କାଳବୈଶାଖୀ ହେବାର ଥିବାରୁ ୨୧ ଓ ୨୨ ତାରିଖରେ ତାତି ଟିକେ କମିବ। ୨୪ ତାରିଖ ଯାଏଁ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ।
କିନ୍ତୁ ୨୫ ତାରିଖ ପରେ ପୁଣି ତାପମାତ୍ରା ବଢ଼ିବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Weather Report Weather