Advertisment

କାଲିଠାରୁ ଖସିବ ତାପମାତ୍ରା, ୭ ଦିନ ଯାଏଁ ଅଛି ବର୍ଷା

କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଦ୍ୟତନ ହୋଇଛି
Rain water and Umbrella

Rain

Advertisment

ରାଜ୍ୟରେ କିଛି ଦିନ ହେବ ଖରା, ଗୁଳୁଗୁଳି ଓ ମଧ୍ୟାହ୍ନ ପରେ ବର୍ଷା ଭଳି ସ୍ଥିତି ଲାଗି ରହିଥିବା ବେଳେ ଆସନ୍ତାକାଲିଠାରୁ ଖରା କମିବ। ଆସନ୍ତାକାଲିଠାରୁ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ। ତା’ ସହିତ ଗୁଳୁଗୁଳି ବି କମିବ। ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ରାଜ୍ୟର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ଓ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି।

ସେହିଭଳି ଆସନ୍ତାକାଲିଠାରୁ ୧୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସବୁ ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ଓ ପବନ (ଘଣ୍ଟା ପ୍ରତି ୩୦ରୁ ୪୦ କିମି) ସହିତ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

Advertisment

୧୩ ତାରିଖ ସକାଳ ସାଢ଼େ ୮ଟାରୁ ୧୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମଧ୍ୟ ରାଜ୍ୟର ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି, ପବନ (ଘଣ୍ଟା ପ୍ରତି ୩୦ରୁ ୪୦ କିମି) ସହିତ ବର୍ଷା ହୋଇପାରେ। ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

୧୪ ତାରିଖରେ ପହିଲି ରଜ ପଡୁଥିବା ବେଳେ ସେହିଦିନ ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ରାୟଗଡ଼ା, କଳାହାଣ୍ଡି କନ୍ଧମାଳ ଓ ଗଜପତି ଜିଲ୍ଲର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୫ ତାରିଖରେ ସକାଳ ସାଢ଼େ ୮ଟାରୁ ୧୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ୧୬ ତାରିଖ ସକାଳ ସାଢ଼େ ୮ଟାରୁ ୧୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି ଓ କୋରାପୁଟ ଏବଂ ୧୭ ତାରିଖ ସକାଳ ସାଢ଼େ ୮ଟାରୁ ୧୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain Rain Alert Rain
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe