Advertisment

୩ରୁ ୪ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ ତାପମାତ୍ରା!

ଆଜି ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଛି।

undefined

Heat Wave

Advertisment

୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୧୧ ତାରିଖରୁ ପରବର୍ତ୍ତୀ ୩ ଦିନ ମଧ୍ୟରେ ଅନେକ ସ୍ଥାନରେ ଦିନର ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏଁ ବୃଦ୍ଧି ପାଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ଦିନର ସର୍ବାଧିକ ତାପମାତ୍ରା ଓ ରାତ୍ରିର ସର୍ବନିମ୍ନ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

Advertisment

ଆଜି ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଛି। ନୟାଗଡ଼, ଖୋର୍ଦ୍ଧା, କଟକ, ବରଗଡ଼, ଗଞ୍ଜାମ, ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି।

ଆସନ୍ତକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବାକି ସବୁ ଜିଲ୍ଲାରେ ପାଗ ଶୁଖିଲା ରହିପାରେ।

Advertisment

ଆସନ୍ତାକାଲି ଅର୍ଥାତ୍ ୯ ତାରିଖ ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳ ଓଡ଼ିଶା, ଜଗତସିଂହପୁର, କଟକ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବାକି ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିବାର ଅଧିକ ସମ୍ଭାବନା ରହିଛି।

ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍ ଅନୁସାରେ ୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା, ୧୧ ତାରିଖ ସକାଳ ସାଢ଼େ ୮ଟାରୁ ୧୨ ତାରିଖ ସକାଳ ସାଢ଼େ ୮ଟା, ୧୨ ତାରିଖ ସକାଳ ସାଢ଼େ ୮ଟାରୁ ୧୩ ତାରିଖ ସକାଳ ସାଢ଼େ ୮ଟା ଏବଂ ୧୩ ତାରିଖ ସକାଳ ସାଢ଼େ ୮ଟାରୁ ୧୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ।

ସୂଚନାଯୋଗ୍ୟ, ଗତକାଲି ରାଜ୍ୟର ୧୧ଟି ସହରର ସର୍ବୋଚ୍ଚ ଦିନ ତାପମାତ୍ରା ୩୬ ଡିଗ୍ରୀ ବା ତା’ଠାରୁ ଅଧିକ ରେକର୍ଡ କରାଯାଇଥିଲା ପାରଳାଖେମୁଣ୍ଡିରେ ଦିନର ସର୍ବାଧିକ ତାପମାତ୍ର ୩୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିଲା।

Heat Wave Weather Update Weather Forecast
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe