Advertisment

ବଦଳୁଛି ପାଗ, ୧୫ରୁ ବଢ଼ିବ ଶୀତ!

ଉପକୂଳ ଓଡ଼ିଶା ସହ କିଛି ଜାଗାରେ ହାଲୁକା ବର୍ଷା ସମ୍ଭାବନାର ସମ୍ଭାବନା ରହିଛି। ଉପକୂଳ ଓ ମୟୂରଭଂଜ, କେନ୍ଦୁଝରରେ ହାଲୁକା ବର୍ଷା ସମ୍ଭାବନା।

author-image
Manoranjan Sial
ଅଦ୍ୟତନ ହୋଇଛି
Winter

Winter

ବଦଳୁଛି ପାଗ। ୧୫ ତାରିଖ ଅର୍ଥାତ କାର୍ତ୍ତିକ ପୂର୍ଣ୍ଣିମାଠାରୁ ରାଜ୍ୟର ଶୀତର ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି। ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ସେପଟେ କାର୍ତ୍ତିକ ମାସର ଆଜି ହେଉଛି ଶେଷ ସୋମବାର। ରାଜ୍ୟକୁ ଶୀତ ଋତୁ ଆସିନି। କିନ୍ତୁ ଶୀତର ପ୍ରକୋପ ଆରମ୍ଭ ହେଲାଣି। ବିଳମ୍ୱିତ ରାତିରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ସାମାନ୍ୟ କୁଡୁଡି ଦେଖିବାକୁ ମିଳୁଥିବା ବେଳେ ଶୀତ ଅନୁଭୂତ ହେଉଛି। ଭୋରୁ ଭୋରୁ ପ୍ରବଳ ଶୀତ ହେଉଥିବା ଦେଖିବାକୁ ମିଳିଛି। ଆସନ୍ତା ୧୫ ତାରିଖରେ କାର୍ତ୍ତିକ ପୂର୍ଣ୍ଣମା ପଡୁଛି। ତା’ପରଠାରୁ ଶୀତର ପ୍ରକୋପ ବଢ଼ିବ ଅନୁମାନ କରାଯାଉଛି।

Advertisment

ଅନ୍ୟପକ୍ଷରେ ଉପକୂଳ ଓଡ଼ିଶା ସହ କିଛି ଜାଗାରେ ହାଲୁକା ବର୍ଷା ସମ୍ଭାବନାର ସମ୍ଭାବନା ରହିଛି। ଉପକୂଳ ଓ ମୟୂରଭଂଜ, କେନ୍ଦୁଝରରେ ହାଲୁକା ବର୍ଷା ସମ୍ଭାବନା। ଆସନ୍ତାକାଲି ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ବର୍ଷା ହେବା ନେଇ ଆସଙ୍କା କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Weather Report Winter