Advertisment

ଅବପାତରେ ପରିଣତ ହେଲା ଲଘୁଚାପ; କାଲି ବାତ୍ୟା

ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
cyclone

cyclone

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଆଜି ସକାଳେ ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ଏହାର ବାତ୍ୟାର ରୂପ ନେବ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। 

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସକ୍ରିୟ ୱେଲ୍ ମାର୍କଡ ଲୋପ୍ରେସରଟି ଆଜି ଡିପ୍ରେସନରେ ପରିଣତ ହୋଇଛି। ଏହା ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି। ଅବପାତଟି ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ୱୀପରୁ ୭୭୯ କିଲୋମିଟର ଦୂରରେ ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ।

ଆସନ୍ତାକାଲି ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ। ଏହାପରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ସକାଳେ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ପରେ ଏହା ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି।    

Advertisment

ସମ୍ଭାବ୍ୟ ବାତ୍ୟା ‘ଦାନା’  ଉପକୂଳ ଅତିକ୍ରମ କରିବା ବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନବ ୧୨୦ କିଲୋମିଟର ଛୁଇଁପାରେ ବୋଲି ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପରୋକ୍ତ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଅଳ୍ପ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। 

Weather Report Cyclone Weather Condiction