Advertisment

ଫୁଲୁଛି ମୁଣ୍ଡଳୀ; ମହାନଦୀ ସିଷ୍ଟମରେ ଆସିପାରେ ଛୋଟରୁ ମଧ୍ୟମ ଧରଣର ବନ୍ୟା !

କଟକ ମୁଣ୍ଡୁଳିଠାରେ ଜଳସ୍ତର ବଢ଼ୁଥିବାରୁ ମହାନଦୀ ସିଷ୍ଟମରେ ଛୋଟ ଧରଣର ବନ୍ୟା ସମ୍ଭାବନା ଥିବା ନେଇ ଅନୁମାନ କରାଯାଇଛି।

author-image
Niharika Rout
Mundali

Mundali

ଉପରମୁଣ୍ଡରେ ଲଗାଣ ବର୍ଷା ହେତୁ ମହାନଦୀରେ ବଢୁଛି ବନ୍ୟାଜଳ ପ୍ରବାହ। କଟକ ମୁଣ୍ଡୁଳିଠାରେ ଜଳସ୍ତର ବଢ଼ୁଥିବାରୁ ମହାନଦୀ ସିଷ୍ଟମରେ ଛୋଟ ଧରଣର ବନ୍ୟା ସମ୍ଭାବନା ଥିବା ନେଇ ଅନୁମାନ କରାଯାଇଛି। ବନ୍ୟା ସ୍ଥିତି ମୁକାବିଲା ପାଇଁ ଆଜି ସକାଳୁ SRC ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଜଳସମ୍ପଦ ଅଧିକାରୀଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀ ଉକ୍ତ ବୈଠକରେ ଉପସ୍ଥିତ ଅଛନ୍ତି । ବନ୍ୟା ନେଇ ୭ଟି ଜିଲ୍ଲାକୁ ଆଲର୍ଟ କରାଯାଇଛି।

Advertisment

କଟକ ମହାନଦୀ ମୁଣ୍ଡଳିଠାରେ ଆଜି ସକାଳେ ପ୍ରତି ସେକେଣ୍ଡରେ ୭ ଲକ୍ଷ ୨୫ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି । ଉପର ସ୍ରୋତରେ ଜଳସ୍ତର ୯୨ ଫୁଟ ଥିବାବେଳେ ତଳସ୍ତରରେ ୮୮ ଫୁଟ ରହିଛି। ଆଜି ଦିନ ୧୨ଟା ସୁଦ୍ଧା ମୁଣ୍ଡୁଳିରେ ପ୍ରାୟ ୮ ଲକ୍ଷ କ୍ୟୁସେକ ବନ୍ୟା ଜଳ ପ୍ରବାହିତ ହେବ।

ବନ୍ୟା ଜଳ ପ୍ରବାହକୁ ଦୃଷ୍ଟିରେ ରଖି SRCଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହିସବୁ ଜିଲ୍ଲାଗୁଡ଼ିକ ହେଲା ଅନୁଗୁଳ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା। ନୟାଗଡ଼ ଓ କଟକରେ ବନ ଜଳ ଅଧିକ କ୍ଷତି ଘଟାଇବା ଆଶଙ୍କା ଥିବାରୁ ଏହି ୨ ଜିଲ୍ଲାକୁ ପ୍ରାଥମିକତା ଦିଆଯାଉଛି। ଏନଡିଆରଏଫ ଓ ଓଡ୍ରାଫ ଟିମ୍‌ ଏହି ସବୁ ଜିଲ୍ଲାକୁ ପଠାଇ ଦିଆଯାଇଛି। ଅଗ୍ନିଶମ ବିଭାଗର ୨ଟି ଲେଖାଏ ଟିମ୍‌ ପଠାଯାଇଛି।

Advertisment

ଏହାବାଦ ୧୫ ଜିଲ୍ଲାକୁ ୮ ଟି ଏନଡିଆରଏଫ୍ ଟିମ, ୧୩ଟି ଓଡ୍ରାଫ ଯଏବଂ ୨୩ଟି ଅତିରିକ୍ତ ଅଗ୍ନିଶମବାହିନୀର ଟିମ ପଠାଯାଇଛି । ପ୍ରଭାବିତ ୧୫ ଜିଲ୍ଲା ଗୁଡିକ ହେଲା ଭଦ୍ରକ, ଯାଜପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବାଲେଶ୍ବର, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ।

ବିଶେଷକରି ଦୁର୍ବଳ ନଦୀ ବନ୍ଧ ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ମହାନଦୀ ଫୁଲିବା ପରେ ଛୋଟ ଧରଣର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ତେଣୁ ଦୁର୍ବଳ ନଦୀବନ୍ଧ ସ୍ଥାନକୁ ଜଗିବା ସହ ପାଟ୍ରୋଲିଂ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ଏହାବାଦ ମହାନଦୀ ଫୁଲୁଥିବାରୁ ମତ୍ସ୍ୟଜୀବୀଙ୍କୁ ନଦୀ ଭିତରକୁ ଛଡ଼ା ଯାଉଛି। 

ବନ୍ୟା ଜଳ ପରିଚାଳନା ନିମନ୍ତେ ହୀରାକୁଦର ଏବେ କୌଣସି ଗେଟ୍‌ ନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଏବେ ବନ୍ୟା ସ୍ଥିତି ଉପୁଜିଥିବାରୁ ତାକୁ ମୁକାବିଲା କରିବାକୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ଆବଶ୍ୟକତା ପଡ଼ିଲେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯିବ ବୋଲି କହିଛନ୍ତି ଏସଆରସି ।

ଗତକାଲି ପ୍ରାୟ ୩ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ଆଜି ଆବଶ୍ୟକତା ପଡ଼ିଲେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଆହୁରି ବହୁ ଲୋକଙ୍କୁ ସ୍ଥାନାନ୍ତର କରିବା ନିମନ୍ତେ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ।

Flood In Odisha Mahanadi River