Advertisment

ପୂଜାରେ ଶୁଖିଲା ରହିବ ପାଗ!

ଦିନର ତାପମାତ୍ରା ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ଅଧିକ ରହୁଥିବାରୁ ଗୁଳୁଗୁଳି ଏବଂ ଗରମ ଅନୁଭୂତ ହେଉଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

Weather

Weather

Advertisment

ଏଥର ପୂଜାରେ ପାଗ ଶୁଖିଲା ରହିପାରେ। କାରଣ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ନାହିଁ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।

Advertisment

ଆଗାମୀ ୭ ଦିନ ଯାଏଁ କୌଣସି ଜିଲ୍ଲାକୁ ବଡ଼ ବର୍ଷା ଭୟ ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଆସନ୍ତା ୨ ଦିନ ଭିତରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷାର ସମ୍ଭାବନା ରହିଛି।

ଏହାସହ ବର୍ତମାନ ସମୟରେ ଦିନର ତାପମାତ୍ରା ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ଅଧିକ ରହୁଥିବାରୁ ଗୁଳୁଗୁଳି ଏବଂ ଗରମ ଅନୁଭୂତ ହେଉଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

Advertisment
Weather Forecast Weather Update
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe