Advertisment

ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ୬ଟି ଜିଲ୍ଲାରେ ପ୍ରବଳ ଓ ୨ଟିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୱାର୍ଣ୍ଣିଂ ଜାରି

ଲଘୁଚାପ କ୍ଷେତ୍ର ଓ ତତ୍‌ପରବର୍ତ୍ତୀ ଗଭୀର ଅବପାତ ଯୋଗୁ ରାଜ୍ୟରେ ବର୍ଷା ଜାରି ରହିଛି।

Rain

Rain

Advertisment

ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଝାଡ଼ଖଣ୍ଡ ଉପରେ ଥିବା ଗଭୀର ଅବପାତଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ଥିବା ବେଳେ ଆଗାମୀ ୧୨ ଘଣ୍ଟାରେ ଏହା ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆସନ୍ତାକାଲି ସକାଳ ଯାଏଁ ୨ଟି ଜିଲ୍ଲାକୁ ଅରେଞ୍ଜ ଓ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Advertisment

ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ (୭ରୁ ୨୦ ସିଏମ୍‌) ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ସାମୟିକ ସମୟ ପାଇଁ ତଳିଆ ଅଞ୍ଚଳରେ ଓ ଅଣ୍ଡରପାସ୍ ରାସ୍ତାରେ ପାଣି ଜମିପାରେ। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହୋଇପାରେ। ବର୍ଷା ମାଟି ଘରଗୁଡ଼ିକୁ କ୍ଷତି ପହଞ୍ଚିପାରେ ଓ ରାସ୍ତାରେ ଯାତାୟାତ ବେଳେ ସମସ୍ୟା ଉପୁଜିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଏହି ଦୁଇ ଜିଲ୍ଲାକୁ ସତର୍କ କରାଇ ଦିଆଯାଇଛି।

ସେହିପରି ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପ୍ରବଳ (୭ରୁ୧୧ ସିଏମ୍‌) ବର୍ଷା ନେଇ ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ଅନୁଗୋଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment
Weather Report Weather Update Weather News Weather Forecast
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe