Advertisment

ଗୁରୁବାର, ଶୁକ୍ରବାର ରାଜଧାନୀରେ ପ୍ରବଳ ବର୍ଷା!

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ନୂଆପଡ଼ା, ରାୟଗଡ଼ା,ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

author-image
Manoranjan Sial
Rain

Rain

ବର୍ଷାରୁ ନିସ୍ତାର ନାହିଁ। ଆଜି ପରି ଆସନ୍ତାକାଲି ଗୁରୁବାର ଓ ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବ! ଏହାଛଡ଼ା ରାଜ୍ୟର ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ହୋଇପାରେ। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ନୂଆପଡ଼ା, ରାୟଗଡ଼ା,ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସମ୍ୱଲପୁର, ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଓ ବଲାଙ୍ଗିର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗୁରୁବାର କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବରଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଶୁକ୍ରବାର ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଶନିବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, ନବରଙ୍ଗପୁର,କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର କଟକ, କେନ୍ଦ୍ରାପଡ଼ା, କୋରାପୁଟ ଓ ମାଲନାଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Bhubaneswar Heavy Rain Rain Alert