Advertisment

ଆହୁରି ତିନି ଦିନ ପ୍ରବଳ ଛେଚିବ, ସତର୍କ କଲା ପାଣିପାଗ କେନ୍ଦ୍ର!

ବର୍ଷା ଆହୁରି ତିନି ଦିନ ଧରି ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Rain

Rain

Advertisment

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆଜି ପରି ଆସନ୍ତାକାଲି ମଧ୍ୟ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ବର୍ଷା ଆହୁରି ତିନି ଦିନ ଧରି ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ଅର୍ଥାତ ଗୁରୁବାର ସମ୍ୱଲପୁର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଅନୁଗୋଳ, କଟକ, ନୟାଗଡ଼, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଶୁକ୍ରବାର କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଶନିବାର ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପଟେ ଆଜି ସକାଳ ୮ଟା ୩୦ରୁ ସନ୍ଧ୍ୟା ୫ଟା ୩୦ ମଧ୍ୟରେ ନବରଙ୍ଗପୁରରେ ୭୨ ମିଲିମିଟର, ଗୋପାଳପୁରରେ ୫୫, ଛତ୍ରପୁରରେ୫୪.୨, ବଲାଙ୍ଗିରରେ ୪୫, କୋରାପୁଟରେ ୩୦.୪ ବର୍ଷା ରେକର୍ଡ କରାଯାଇଛି।

Heavy Rain Rain Alert Weather
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe