Advertisment

ମଙ୍ଗଳବାର, ବୁଧବାର ପ୍ରବଳ ବର୍ଷା ଓ କୁଆପଥର ମାଡ଼!

ମଙ୍ଗଳବାର ଓ ବୁଧବାର ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

undefined

Heavy Rain

Advertisment

ଉତ୍ତର ଓଡ଼ିଶାରୁ ଆରମ୍ଭ କରି ଆନ୍ଧ୍ରପ୍ରଦେଶ ଉପକୂଳ ଯାଏ ଏକ ନିମ୍ନଚାପରେଖା ସକ୍ରିୟ ରହିଛି। ଏହା ସହିତ ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗୁରୁଚାପ ପ୍ରଭାବରେ ରାଜ୍ୟ ମଧ୍ୟକୁ କ୍ରମାଗତ ଭାବେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହିତ ହେଉଛି। ଉଭୟ ନିମ୍ନ ଚାପରେଖା ଓ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପରସ୍ପର ସଂସ୍ପର୍ଶରେ ଆସି ପ୍ରତିକ୍ରିୟଶୀଳ ହେବା ସହିତ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ତେବେ ମଙ୍ଗଳବାର ଓ ବୁଧବାର ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ମଙ୍ଗଳବାର ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଅନୁଗୋଳ, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ କୁଆପଥର ବର୍ଷା ଏବଂ ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ୱଲପୁର,ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ବୁଧବାର ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହାଛଡ଼ା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ଗଜପତି, ରାୟଗଡ଼ା ଓ କୋରାପୁଟ୍‌ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ଏବଂ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ମାରିବାର ସମ୍ଭବନା ରହିଛି। ସେହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୧ ତାରିଖରୁ ପାଗର ପରିବର୍ତ୍ତନ ହେବ। ୨୨ ତାରିଖରୁ ପାଗ ସମ୍ପୂର୍ଣ୍ଣଶୁଖିଲା ରହିବ। ବର୍ଷା ପ୍ରଭାବରେ ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବାର ସମ୍ଭାବନା ରହିଛି। ବର୍ଷାକୁ ଲକ୍ଷ୍ୟ କରି ଚାଷୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। କୁଆପଥରରୁ ରକ୍ଷା ପାଇବା ପାଇଁ ଜାଲି ବ୍ୟବହାର କରିବାକୁ ଚାଷୀ ଭାଇମାନଙ୍କୁ ପରାମର୍ଶ ଦିଆଯାଇଛି।

Heavy Rain Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe