Advertisment

ମାଡ଼ି ଆସୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’; ପୁରୀ ଛାଡ଼ିଲେ ପର୍ଯ୍ୟଟକ

ସମ୍ଭାବ୍ୟ ବାତ୍ୟା ‘ଦୃଷ୍ଟିରେ ରଖି ପୁରୀରୁ ପର୍ଯ୍ୟଟକମାନଙ୍କୁ ଫେରିଯିବାକୁ ଗତକାଲି ରାଜ୍ୟ ସରକାର ପରାମର୍ଶ ଦେଇଥିଲେ।

ଅଦ୍ୟତନ ହୋଇଛି
Tourists

Tourists

Advertisment

ସମ୍ଭାବ୍ୟ ବାତ୍ୟା ’‘ଦାନା’ କୁ ଦୃଷ୍ଟିରେ ପୁରୀ ଛାଡ଼ି ପଳାଉଛନ୍ତି ପର୍ଯ୍ୟଟକ। ଆଜି ସକାଳେ କିଛି ପର୍ଯ୍ୟଟକମାନେ ନିଜ ନିଜ ସ୍ଥାନକୁ  ଫେରି ଯାଇଛନ୍ତି। 

Advertisment

ସମ୍ଭାବ୍ୟ ବାତ୍ୟା ‘ଦୃଷ୍ଟିରେ ରଖି ପୁରୀରୁ ପର୍ଯ୍ୟଟକମାନଙ୍କୁ ଫେରିଯିବାକୁ ଗତକାଲି ରାଜ୍ୟ ସରକାର ପରାମର୍ଶ ଦେଇଥିଲେ। ଏଥିସହିତ ସହିତ ବାତ୍ୟା ଆଶଙ୍କା ଦୂର ନ ହେବା ପର୍ଯ୍ୟନ୍ତ ପୁରୀକୁ ଯେଭଳି ପର୍ଯ୍ୟଟକମାନେ ନ ଆସିବେ ଜିଲ୍ଲାପାଳ ସେଥିପ୍ରତି ଦୃଷ୍ଟି ଦିଅନ୍ତୁ ବୋଲି କୁହାଯାଇଥିଲା। ଯେଉଁମାନେ ବାହାରୁ ଆସିଛନ୍ତି ସେମାନେ ତୁରନ୍ତ ପୁରୀ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।  ଆଜି ସକାଳେ ବିଭିନ୍ନ ଜିଲ୍ଲା ଓ ରାଜ୍ୟ ବାହାରୁ ଆସିଥିବା ପର୍ଯ୍ୟଟକମାନେ ପୁରୀରୁ ପଳାଇଯାଇଛନ୍ତି।

ସୂଚନାଯୋଗ୍ୟ, ସମ୍ଭାବ୍ୟ ବାତ୍ୟା ‘ଦାନା’ ଆଜି ସକାଳେ ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ଏହା ବାତ୍ୟାର ରୂପ ନେବା। ପରେ ଏହା ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପରୋକ୍ତ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ‘ଦାନା’ ଉପକୂଳ ଅତିକ୍ରମ କରିବା ବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନ ବେଗ ୧୨୦ କିଲୋମିଟର ଛୁଇଁପାରେ ବୋଲି ପୂର୍ବାନୁମାନ କରାଯାଇଛି।

Advertisment
Weather Heavy Rain Cyclone Dana Odisha Cyclone
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe