Advertisment

ଲଗାଣ ବର୍ଷାରେ ବେହାଲ କୋରାପୁଟ; ବଢୁଛି କୋଲାବ ନଦୀର ଜଳସ୍ତର

୧୧ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Flood

Flood

Advertisment

ଲଗାଣ ବର୍ଷା ଯୋଗୁ ମାଲକାନଗିରି ଭଳି କୋରାପୁଟ ଜିଲ୍ଲାରେ ମଧ୍ୟ ଗତକାଲିଠୁ ଜଳ ପ୍ରଳୟ ସ୍ଥିତି ଉପୁଜିଛି। କୋଲାବ ନଦୀ ଫୁଲୁଥିବାରୁ କିଛି ତଳିଆ ଅଞ୍ଚଳରେ ପାଣି ପଶିଛି। ଦୀଗାପୁରଠାରେ ଥିବା ବ୍ରିଜ୍ ଉପରେ ପାଣି ଚାଲୁଛି। ଫଳରେ କୁନ୍ଦୁରା ଦୀଗାପୁରଠାରୁ ଘୁମରକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।

Advertisment

ଲଗାଣ ବର୍ଷା ଯୋଗୁ ମାଛକୁଣ୍ଡ ଜଳ ବିଦ୍ୟୁତ ପ୍ରକଳ୍ପରେ ବଢିଛି ଜଳସ୍ତର। ଫଳରେ ଜଲାପୁଟ ଡ୍ୟାମର ୨ଟି ଓ ସ୍ପିଲୱେ ଡ୍ୟାମରୁ ୪ଟି ଗେଟ୍ ଖୋଲିଛି। ଜଲାପୁଟ ଡ୍ୟାମର ଜଳ ଧାରଣ କ୍ଷମତା ୨ ହଜାର ୭୫୦ ଫୁଟ୍ ଥିବା ବେଳେ ଏବେ ଜଳସ୍ତର ରହିଛି ୨ ହଜାର ୭୪୯ ଫୁଟ୍ ଛୁଇଁଛି ଜଳସ୍ତର।

ସେହିପରି କୋରାପୁଟ ଜିଲ୍ଲା  କୁନ୍ଦୁରା ବ୍ଲକରେ ଥିବା କୁରଲୁ ଓ ବିରି ନଦୀଫୁଲୁଛି। ଫଳରେ କୁନ୍ଦୁରା ଓ କୋଟପାଡ ବ୍ଲକରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। କିଛି ସ୍ଥାନରେ ଲଗାଣ ବର୍ଷାରେ ଘର ଭାଙ୍ଗିଥିବା ଦେଖିବାକୁ ମିଳିଛି। କୋରାପୁଟ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ଏବେ ବି ବର୍ଷା ଲାଗି ରହିଛି।

Advertisment

ସୂଚନାଯୋଗ୍ୟ, ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି।  ୧୧ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Koraput
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe