Advertisment

ଲଗାଣ ବର୍ଷାରେ ଉବୁଟୁବୁ ମାଲକାନଗିରି, ବିଭିନ୍ନ ସ୍ଥାନକୁ ଯୋଗାଯୋଗ ବିଚ୍ଛିନ୍ନ

ପ୍ରତିବର୍ଷ ମାଲକାନଗିରି ଜିଲ୍ଲାରେ ବର୍ଷା ଦିନ ଦିନରେ ଏପରି ସ୍ଥିତି ଉପୁଜିଥାଏ। ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ଏକ ପ୍ରକାର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଥାଏ।

author-image
Tapaswini Nayak
ଅଦ୍ୟତନ ହୋଇଛି
waterlogging

waterlogging

ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡ଼ିଛି ମାଲକାନଗିରି।  ଜିଲ୍ଲାର ଅନେକ ଅଞ୍ଚଳରେ ବର୍ଷା ପାଣି ଜମି ରହିଛି। ପୋଟେରୁ ପୋଲ ଉପରେ ୩ରୁ୪ଫୁଟ୍ ବନ୍ୟା ପାଣି ଯାଉଛି। ସୁଅ ପ୍ରଖର ଥିବାରୁ ଲୋକେମାନେ ଯିବାଆସିବା କରିବା ସମ୍ଭବପର ହୋଇପାରୁ ନାହିଁ। ଯାହାଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛିା ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଯାନବାହନ ଅଟକି ରହିଛି।

Advertisment

ସେହିପରି କାଲିମେଳାରୁ ମୋଟୁକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। MV-90 ଏବଂ MV-96 ପୋଲ ଉପରେ ବନ୍ୟାପାଣି ପ୍ରବାହିତ ହେଉଛି। ପ୍ରତିବର୍ଷ ମାଲକାନଗିରି ଜିଲ୍ଲାରେ ବର୍ଷା ଦିନରେ ଏପରି ସ୍ଥିତି ଉପୁଜିଥାଏ। ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ଏକ ପ୍ରକାର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଥାଏ। ଲୋକେମାନେ ଖାଇବା ଓ ରହିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ହେଲେ ପ୍ରଶାସନ ସବୁ ଜାଣି ମଧ୍ୟ ଚୁପ୍‌ ରହିଥାଏ। ସେହି ସମୟରେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରି ସେମାନଙ୍କୁ ରନ୍ଧା ଖାଦ୍ୟ ଦେଇ କାମ ସାରିଦେଇଥାଏ। ହେଲେ ତଳିଆ ଅଞ୍ଚଳର ଲୋକେ କିପରି ବର୍ଷା ଦିନେ ହଇରାଣ ହରକତ ନ ହେବେ ସନେଇ ପ୍ରଶାସନ କୌଣସି ସ୍ଥାୟୀ ବ୍ୟବସ୍ଥା କରିନଥାଏ। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଲଘୁଚାପଟି ଅବପାତରେ ପରିଣତ ହୋଇ ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି। ଏହା ପ୍ରଭାବରେ ୨୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛ। ଆଜି ସକାଳେ ମଧ୍ୟ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।

Advertisment
Malkangiri Flood In Odisha