Advertisment

କଲବଲ କରୁଛି ତାତି; ସାଢ଼େ ୮ଟା ସୁଦ୍ଧା ୩୨ ଡିଗ୍ରୀ ଟପିଲା ପାରଦ

ଆସନ୍ତା ୫ ଦିନ ଯାଏ ଦିନ ତାପମାତ୍ରା ଅଧିକାଂଶ ସ୍ଥାନରେ ୪ରୁ ୬ ଡିଗ୍ରୀ ବୃଦ୍ଧି ପାଇବାର ଆଶଙ୍କା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Weather

Weather

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଆଜି ସକାଳ ୮ଟା ୩୦ ସୁଦ୍ଧା ୩୨ ଡିଗ୍ରୀ ଟପିଛି ପାରଦ। ରାଜଧାନୀ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ପାଲଟିଛି।

Advertisment

ରାଜଧାନୀର ତାପମାତ୍ରା ୩୨.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ପାରାଦୀପ ୩୨ ଡିଗ୍ରୀ, ପୁରୀ ୩୨ଡିଗ୍ରୀ, କେନ୍ଦୁଝର ୩୨ଡିଗ୍ରୀ ବାଲେଶ୍ୱର ୩୧.୮ ଡିଗ୍ରୀ, ଚାନ୍ଦବାଲି ୩୧.୬ ଡିଗ୍ରୀ, ଝାରସୁଗୁଡା ୩୦.୮ ଡିଗ୍ରୀ, ହୀରାକୁଦ ୩୦. ୨ ଡିଗ୍ରୀ, ସମ୍ବଲପୁର ୩୦ ଡିଗ୍ରୀ, ରାଉରକେଲା ୩୦ ଡିଗ୍ରୀ ଓ ଗୋପାଳପୁରରେ ୨୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଅନ୍ୟପକ୍ଷରେ ଆସନ୍ତା ୫ ଦିନ ଯାଏ ଦିନ ତାପମାତ୍ରା ଅଧିକାଂଶ ସ୍ଥାନରେ ୪ରୁ ୬ ଡିଗ୍ରୀ ବୃଦ୍ଧି ପାଇବାର ଆଶଙ୍କା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ଗ୍ରୀଷ୍ମପ୍ରବାହ ନେଇ ଆଜି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା କଟକ, ନୟାଗଡ଼, ଢେଙ୍କାନାଳ, ଭଦ୍ରକ ଓ ଯାଜପୁର।

Advertisment
Weather Report Temperature