Advertisment

ଆଜି ଓ କାଲି ଭୟଙ୍କର ଗ୍ରୀଷ୍ମ ପ୍ରବାହ; ସିଭିୟର ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି

ଆଜି ଓ କାଲି ସ୍ୱଭାବିକ ତାପମାତ୍ରାଠାରୁ ଆହୁରି ୩ରୁ ୬ ଡିଗ୍ରୀ ଯାଏ ତାତି ବଢ଼ିପାରେ।

author-image
Tapaswini Nayak
ଅଦ୍ୟତନ ହୋଇଛି
Heat weave

Heat weave

କଲବଲ କରୁଛି ପ୍ରଚଣ୍ଡ ଖରାର କୋପ। ତତଲା କଡ଼େଇରେ ସିଝି ତ୍ରାହି ତ୍ରାହି ଡାକୁଛନ୍ତି ରାଜ୍ୟବାସୀ। ସକାଳ ୮ଟାରୁ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଆଜିଠୁ ଆହୁରି ପ୍ରଚଣ୍ଡ ହେବ ଗ୍ରୀଷ୍ମଲହରି। ସୂର୍ଯ୍ୟଙ୍କ କୋପରେ ଜଳିବ ଉପକୂଳରୁ ଉପାନ୍ତ।ଶୁକ୍ରବାର ଓ ଶନିବାର ଦୁଇ ଦିନ ହିଟୱେଭ୍ ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗକେନ୍ଦ୍ର।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଓ କାଲି ସ୍ୱଭାବିକ ତାପମାତ୍ରାଠାରୁ ଆହୁରି ୩ରୁ ୬ ଡିଗ୍ରୀ ଯାଏ ତାତି ବଢ଼ିପାରେ। ସେଥିପାଇଁ ସିଭିୟର ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ପାଇଁ ୯ ଜିଲ୍ଲାକୁ ଏହି ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଜିଲ୍ଲାକୁ ଗୁଡ଼ିକ ହେଲା ଗଜପତି, ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, ଝାରସୁଗୁଡ଼ା, ଢେଙ୍କାନାଳ, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି।

ସେହିପରି ଆସନ୍ତାକାଲି ପାଇଁ ୧୫ ଜିଲ୍ଲାକୁ ରେଡ୍ ଓ ୧୪ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ୨୮ ତାରିଖ ପାଇଁ ସାରା ରାଜ୍ୟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Advertisment

ପରେ ପୁଣି ମେ’ ୩ରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗତକାଲି ରାଜ୍ୟରେ ୩୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଏଠାରେ ସର୍ବୋଚ୍ଚ ତାପମାତ୍ରା ୪୩.୮ ଡିଗ୍ରୀ ରେକର୍ଡ କରାଯାଇଥିଲା।

Heat Wave Weather