Advertisment

ବଦଳିଲା ପାଗର ମିଜାଜ; ଟ୍ୱିନ୍ ସିଟିରେ ବର୍ଷା

ଆଜି ୧୪ ଜିଲ୍ଲାକୁ ଘଡ଼ଘଡ଼ି ସହ ପବନ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଅଦ୍ୟତନ ହୋଇଛି
Weather

Weather

Advertisment

ରାଜ୍ୟରେ ବଦଳିଛି ପାଗର ମିଜାଜ୍। ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ୱିନ ସିଟିରେ ଆକାଶ ମେଘାଚ୍ଛନ ରହିବା ସହ  ହାଲୁକା ବର୍ଷା ହୋଇଛି। ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଓ ଆସନ୍ତାକାଲି ପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି ଓ କନ୍ଧମାଳ।

ସେହିପରି ଆଜି ୧୪ ଜିଲ୍ଲାକୁ ଘଡ଼ଘଡ଼ି ସହ ପବନ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୧୦ ତାରିଖ ଯାଏ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି। ଏହାର ପ୍ରଭାବରେ ଆଗାମୀ ୩ରୁ ୪ ଦିନ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ କମିବାର ସମ୍ଭାବନା ରହିଛି।

Advertisment

ସୂଚନାଯୋଗ୍ୟ, ଗତକାଲି ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼ ହୋଇଥିଲା।

Weather Report Rain
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe