Advertisment

ଆଜି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର; ୨୪ରେ ଅବପାତ

୨୫ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଦ୍ୟତନ ହୋଇଛି
Rain

Rain

Advertisment

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ୨୪ ତାରିଖ ସକାଳେ ଏହା ଡିପ୍ରେସନ୍ ବା ଅବପାତର ରୂପ ନେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆଜିଠାରୁ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ପବନ ବହିବ। ୨୪ ତାରିଖ ସକାଳ ବେଳକୁ ପବନର ବେଗ ସମୁଦ୍ରରେ ଅଧିକ ରହିବ। ଏହାକୁ ଦୃଷ୍ଟିରେ ରଖି ୨୩ ତାରିଖରୁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି ଫେରି ଆସିବାକୁ ସତର୍କ କରାଯାଇଛି।

ସେହିପରି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ, ଆଜି ଉପକୂଳ ଓଡ଼ିଶା ସମେତ ଗଜପତି, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ। ଆସନ୍ତା ୨୫ ତାରିଖ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୨୫ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି  କରାଯାଇଛି।

Advertisment
Weather Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe