Advertisment

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା; ଆଜି ନେବ ଅବପାତର ରୂପ

ବାତ୍ୟା ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Weather

Weather

Advertisment

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ପାଣିପାଗ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଜି ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ । ଏହା’ପରେ ଉତ୍ତର-ପୂର୍ବ ଦିଗକୁ ଗତି କରିବ। ୨୫ ତାରିଖ ସକାଳ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ। ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ସିଧା ସଳଖ ରହିବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ବାତ୍ୟା ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କାଁ ଭାଁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୭ ତାରିଖରେ କିଛି କିଛି ସ୍ଥାନରେ ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ବାଲେଶ୍ୱର ଓ ମୟୂରଭଞ୍ଜରେ ଏହାର ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । 

Advertisment
Weather Report Weather Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe