Advertisment

ଅବପାତରେ ପରିଣତ ହେଲା ସମ୍ଭାବ୍ୟ ବାତ୍ୟା ‘ରେମଲ’; ୨୬ରେ ଲାଣ୍ଡଫଲ୍

କାଲି ସନ୍ଧ୍ୟା ସୁଦ୍ଧା ଏକ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Weather Map

Weather Map

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। 

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ସକ୍ରିୟ ରହିଛି। ଏହା ଉତ୍ତରପୂର୍ବ ଦିଗରେ ଗତି କରୁଛି। ଅବପାତ ବାଂଲାଦେଶ ଖେପୁପରା ଉପକୂଳରୁ ୮୦୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଓ ପଶ୍ଚିମବଙ୍ଗ ଉପକୂଳରୁ ୮୧୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି। ଆସନ୍ତାକାଲି ସକାଳ ସୁଦ୍ଧା ଅବପାତ ଆହୁରି ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବ। ଏହି ସମ୍ଭାବ୍ୟ ବାତ୍ୟାର ନାଁ ରହିବ ‘ରେମଲ’।

କାଲି ସନ୍ଧ୍ୟା ସୁଦ୍ଧା ଏହା ଏକ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ୨୬ ତାରିଖ ମଧ୍ୟରାତ୍ରିରେ ଲାଣ୍ଡଫଲ୍ କରିବ ବାତ୍ୟା। ବାଂଲାଦେଶ ଓ ତତସଲଗ୍ନ ପଶ୍ଚିମବଙ୍ଗ ଉପକୂଳ ମଧ୍ୟରେ ସାଗର ଦ୍ୱିପ ଓ ଖେପୁପରା ମଝିରେ ସ୍ଥଳଭାଗ ଛୁଇଁବ।

Advertisment

ତେବେ ଓଡିଶାକୁ ସିଧାସଳଖ ବାତ୍ୟାର ପ୍ରଭାବ ପଡ଼ିବ ନାହିଁ। ୨୬ ତାରିଖରେ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୭ରେ ମଧ୍ୟ ଉତ୍ତର ଓଡ଼ିଶାରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି

Heavy Rain Weather Report Weather Condiction