Advertisment

ଆଜିଠୁ ପାରଦ ଉପରମୁହାଁ; ବଢ଼ିବ ତାତି

ଆସନ୍ତା ୪ ଦିନ ଭିତରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚମ ମୌସୁମୀ ବାୟୁ।

author-image
Tapaswini Nayak
Weather

Weather

ଆଜିଠୁ ରାଜ୍ୟରେ ବଢିବ ତାତି। ୩ରୁ ୫ ଡିଗ୍ରୀ ଯାଏ ବଢ଼ିପାରେ ଦିନ ତାପମାତ୍ରା। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବାତ୍ୟା ରେମାଲର ପ୍ରଭାବ ହ୍ରାସ ହେବାପରେ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିଛି। ଆଜିଠୁ ୩ରୁ ୪ ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ହେଲେ ହିଟୱେଭର ସମ୍ଭାବନା ନାହିଁ।  କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଅଧିକାଂଶ ସ୍ଥାନରେ ତାପମାତ୍ରା ବିଶେଷ ଅଧିକ ରହୁ ନଥିବା ବେଳେ ଆର୍ଦ୍ରତା ଅଧିକ ରହୁଥିବାରୁ  ଗୁଳୁଗୁଳି ହେଉଛି।

ଅନ୍ୟପକ୍ଷରେ ଆସନ୍ତା ୪ ଦିନ ଭିତରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଏଥର ଦେଶରେ ମୌସୁମୀ ବର୍ଷା ସ୍ୱାଭାବିକଠାରୁ ଅଧିକ ରହିବ।

Advertisment
Weather Report Weather