Advertisment

୧୦ରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ; ୩ ଜିଲ୍ଲାରେ ଆଜି ପ୍ରବଳ ବର୍ଷିବ

ଆଜି ପାଇଁ ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବ।

author-image
Tapaswini Nayak
ଅଦ୍ୟତନ ହୋଇଛି
Rain

Rain

୧୦ ତାରିଖ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ। ପ୍ରଥମେ ଦକ୍ଷିଣ ଓଡ଼ିଶାକୁ ପ୍ରବେଶ କରିବ। ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମୌସୁସୀ ଛୁଇଁବା ପୂର୍ବରୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହୋଇପାରେ ପ୍ରାକ ମୌସୁମୀ ବର୍ଷା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। 

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି। ଅନ୍ୟପକ୍ଷରେ  ସାଧାରଣତଃ ଜୁନ ଦ୍ଵିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ। ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଓଡ଼ିଶାରେ ୧୦ ତାରିଖ ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ।

ଆଜି ପାଇଁ ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

Advertisment
Heavy Rain Weather Weather Condiction