Advertisment

୨୪ ଜିଲ୍ଲାକୁ ଛୁଇଁଲା ମୌସୁମୀ; ଆଜି ୨ଜିଲ୍ଲାରେ ପ୍ରବଳ ବର୍ଷିବ

୨୪ ଜିଲ୍ଲାକୁ ମୌସୁମୀ ଛୁଇଁ ଥିବା ବେଳେ ୬ ଜିଲ୍ଲାରେ ମୌସୁମୀ ବାୟୁ ଛୁଇଁନାହିଁ।

Weather

Weather

Advertisment

ଓଡ଼ିଶାର ୨୪ ଜିଲ୍ଲାକୁ ଅଗ୍ରସର ହୋଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଛି। ବାକି ୬
ଜିଲ୍ଲାରେ ମୌସୁମୀ ବାୟୁ ଛୁଇଁନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି,ଗଞ୍ଜାମ,ପୁରୀ, ନୟାଗଡ଼,ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୋଳ, ଢେଙ୍କାନାଳ,ଖୋର୍ଦ୍ଧା, କଟକ, ଜଗତସିଂହପୁର କେନ୍ଦ୍ରାପଡ଼ା,ଭଦ୍ରକ,ଯାଜପୁର ଓ  ଦେବଗଡ଼ ଜିଲ୍ଲାରେ ମୌସୁମୀ ପ୍ରବେଶ କରିଛି। ୬ ଜିଲ୍ଲାରେ ମୌସୁମୀ ପ୍ରବେଶ କରି ନାହିଁ। ସେହି ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ବାଲେଶ୍ୱର,ସୁନ୍ଦରଗଡ଼ ଓ ମୟୂରଭଞ୍ଜ। ଏହି ୬ଟି ଜିଲ୍ଲାରେ ମୌସୁମୀ ଛୁଇଁବା ନେଇ ପାଗ ଅନୁକୂଳ ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସହ ୩୦-୪୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ତେବେ ଆଜି ପାଇଁ ମୟୂରଭଞ୍ଜ ଓ କେନ୍ଦୁଝରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି। ସେହିଭଳି ୧୪ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।   

Advertisment

Heavy Rain Weather Report Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe