Advertisment

ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ; ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ପ୍ରଭାବ ସାମାନ୍ୟ କମିପାରେ।

author-image
Tapaswini Nayak
Rain

Rain

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆହୁରି ୩ ଦିନ ରାଜ୍ୟରେ ବର୍ଷା ଜାରି ରହିବ। ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ  ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ମୂଷଳଧାରରେ ବର୍ଷା ହେବ। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାର କିଛି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ।

ସେହିପରି ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଆସନ୍ତାକାଲିଠାରୁ ବର୍ଷା ପ୍ରଭାବ ସାମାନ୍ୟ କମିପାରେ। ଶନିବାର ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ଦେବଗଡ଼, ସମ୍ୱଲପୁର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର ୧ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨ ଓ ୩ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Heavy Rain Weather Report Weather