Advertisment

କାଲିଠୁ ପ୍ରବଳ ବର୍ଷିବ

ଆଜି ମଧ୍ୟ ରାଜ୍ୟରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Weather

Weather

ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ଆସନ୍ତା ତିନିଦିନ ଧରି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି,୧୩ ତାରିଖଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ୧୩ ,୧୪ ଓ ୧୫ ତାରିଖରେ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ। ୧୩ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି , କନ୍ଧମାଳ, ମୟୂରଭଞ୍ଜ ଓ କେଉଁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ।

ତେବେ ଆଜି ମଧ୍ୟ ରାଜ୍ୟରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ସୂଚନାଯୋଗ୍ୟ,ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ହେଲେ କାଲିଠୁ  ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। 

Weather Weather Conditions Weather Report