Advertisment

୧୨ ଘଣ୍ଟାରେ ଅବପାତ; ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ

ଆଜିଠାରୁ ରାଜ୍ୟରେ ୪ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। କିଛି ଜିଲ୍ଲାରେ ମୂଷଳଧାରାରେ ବର୍ଷା ହୋଇପାରେ।

ଅଦ୍ୟତନ ହୋଇଛି
Rain

Rain

Advertisment

କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ଆଜି ୱେଲ୍ ମାର୍କଡ ଲୋ- ପ୍ରେସର ବା ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବ। ଏହା ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ୪ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। କିଛି ଜିଲ୍ଲାରେ ମୂଷଳଧାରାରେ ବର୍ଷା ହୋଇପାରେ। ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ବୌଦ୍ଧ ଓ ପୁରୀ। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏତବ୍ୟତିତ କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ଆଉ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କାଲି ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

୨୨ ତାରିଖ ଯାଏ ରାଜ୍ୟରେ ଜାରି ରହିବ ବର୍ଷା। ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶା ଉପକୂଳ ଓ ସଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବୋହିପାରେ। ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଦେଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଅନ୍ୟପକ୍ଷରେ ସମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଭାବିତ ଆଶଙ୍କା ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର।

Advertisment
Heavy Rain Weather Report Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe