Advertisment

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; କାଲି ପୁରୀ ଅତିକ୍ରମ କରିବ

ଅବପାତଟି ବର୍ତ୍ତମାନ ପୁରୀଠାରୁ ୭୦ କିମି ଦୂରରେ ଥିବାବେଳେ ଗୋପାଳପୁର ଓ ପାରାଦୀପଠାରୁ ୧୩୦ କିମି ଦୂରରେ ରହିଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Weather

Weather

 ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲ୍ ମାର୍କଡ ଲୋ- ପ୍ରେସର ବା ସୁଦୃଶ୍ୟ ଲଘୁଚାପଟି ଆଜି ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ସୁଦ୍ଧା ଅବପାତଟି ପୁରୀ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଅବପାତଟି ବର୍ତ୍ତମାନ ପୁରୀଠାରୁ ୭୦ କିମି ଦୂରରେ ଥିବାବେଳେ ଗୋପାଳପୁର ଓ ପାରାଦୀପଠାରୁ ୧୩୦ କିମି ଦୂରରେ ଅବସ୍ଥିତ ରହିଛି। ଏହା ପ୍ରଭାବରେ ପୁରୀ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ୪ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। କିଛି ଜିଲ୍ଲାରେ ମୂଷଳଧାରାରେ ବର୍ଷା ହୋଇପାରେ। ବିଶେଷ କରି ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ବୌଦ୍ଧ ଓ ପୁରୀ। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏତବ୍ୟତିତ କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ଆଉ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କାଲି ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶା ଉପକୂଳ ଓ ସଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବୋହିବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ସମୁଦ୍ରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Advertisment

ବର୍ଷା ଯୋଗୁ ବିଭିନ୍ନ ନଦୀ, ନାଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାସହିତ ପାହାଡ଼ିଆ ଅଂଚଳରେ ମାଟି ଅତଡ଼ା ଧସିବାର ଆଶଙ୍କା ଥିବାର ଯେକୌଣସି ଅପ୍ରୀତିକର ପରିସ୍ଥିତିର ମୁକାବିଲା ପାଇଁ କର୍ମଚାରୀଙ୍କୁ ପ୍ରସ୍ତୁତ ରଖିବାକୁ କୁହାଯାଇଛି। ବିଭିନ୍ନ ଦୁର୍ବଳ ନଦୀ ଓ କେନାଲବନ୍ଧଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଦାୟିତ୍ୱରେ ଥିବା ଇଞ୍ଜିନିୟରମାନଙ୍କୁ କୁହାଯାଇଛି।

ସେହିପରି ଯଦି କୌଣସି ସ୍ଥାନରେ ବନ୍ଧ ଭାଙ୍ଗି ବନ୍ୟା ଆସେ ତା’ର ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କରିବାକୁ ମଧ୍ୟ କୁହାଯାଇଛି। ଏହାସହିତ ସହରାଚଂଳରେ ଯେଉଁ ସ୍ଥାନଗୁଡ଼ିକ ଜଳମଗ୍ନ ହେବାର ଆଶଙ୍କା ରହିଛି ସେଠାକୁ ଜଳମୁକ୍ତ କରିବା ପାଇଁ ଅଗ୍ରୀମ ପ୍ରସ୍ତୁତି କରିବାକୁ ମଧ୍ୟ ସ୍ୱତନ୍ତ୍ର ରିଲିଫ କମିଶନର। ନିର୍ଦ୍ଦେଶ ଦେଇଛନ୍ତି।

Weather Report Weather