Advertisment

ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ; ୱାର୍ଣ୍ଣିଂ ଜାରି

ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୭୧.୯ ପ୍ରତିଶତ ବର୍ଷା ରେକର୍ଡ ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Rain

Rain

Advertisment

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ଦୁର୍ବଳ ହୋଇ ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଏହା ଆଭ୍ୟନ୍ତରୀଣ ଓଡ଼ିଶା ଓ ସଂଲଗ୍ନ ଛତିଶଗଡ଼ ଉପରେ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆହୁରି ୪ ଦିନ ବର୍ଷା ଲାଗି ରହିବ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ଲାଗି ରହିବ। କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଆଉ କେତୋଟି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆଜି ବରଗଡ଼, ସୋନପୁର, ବୌଦ୍ଧ ଓ ସମ୍ବଲପୁର, ଝାରସୁଗୁଡ଼ା,
ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଦେଓଗଡ଼, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂପୁର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁୁ ୱାର୍ଣ୍ଣିଂ ଜାରି କରାଯାଇଛି।

ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୭୧.୯ ପ୍ରତିଶତ ବର୍ଷା ରେକର୍ଡ ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment
Heavy Rain Weather Report Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe