Advertisment

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ।

ଅଦ୍ୟତନ ହୋଇଛି
Weather

Weather

Advertisment

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ କ୍ଷେତ୍ର। ଏହା ବାୟୁମଣ୍ଡଳର ୭.୬ କିଲୋମିଟର ଯାଏ ବ୍ୟାପିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ କେଉଁ ଜିଲ୍ଲାରେ ବର୍ଷା ଓ ପବନ ହେବ ସେନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ।

ଅନ୍ୟପକ୍ଷରେ କିଛି ଦିନ ହେବ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି କିଛି ଜିଲ୍ଳାରେ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

Advertisment

Heavy Rain Weather Report Weather Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe