Advertisment

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ପ୍ରବଳ ବର୍ଷିବ

ଆଗାମୀ ୨୪ଘଣ୍ଟାରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

author-image
Tapaswini Nayak
Rain

Rain

 ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଓ ତତସଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ରଟି ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଆଗାମୀ ୨୪ଘଣ୍ଟାରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଗାମୀ୨୪ଘଣ୍ଟାରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା  ହେବାର ସମ୍ଭାବନା ରହିଛି। କିଛି କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଓ ଗୋଟିଏ ଦୁଇଟି ସ୍ଥାନରେ ୨୦ ସେଣ୍ଟିମିଟରୁ ଅଧିକ ବର୍ଷା ହୋଇପାରେ।

ଆଜି ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହି ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ। ଏହି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଶନିବାର ମଧ୍ୟ ସମଗ୍ର ରାଜ୍ୟରେ ବର୍ଷା ହେବ। ତେବେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର ଓ ଦେବଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain Weather Report Weather