ଆଜିଠୁ ପ୍ରବଳ ବର୍ଷିବ; ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Representational Image

  • Published: Friday, 30 August 2024
  • , Updated: 30 August 2024, 08:31 AM IST

କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି। ଏହା ୨ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ  ୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ରାୟଗଡ଼ା, ଗଞ୍ଜାମ,ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା କିଛି ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଝାରସୁଗୁଡ଼ା, ଅନୁଗୋଳ ,ଦେବଗଡ଼, ଯାଜପୁର, ବାଲେଶ୍ୱର , ମୟୂରଭଞ୍ଜ, ଓ ସୁନ୍ଦରଗଡ଼ ଜିଲ୍ଲାରେ ସାମ୍ୟନ୍ୟରୁ ମଧ୍ୟ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ସେହିପରି ୩୧ ତାରିଖ ସକାଳ ସାଢ଼େ ୮ଟାରୁ ୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧ ତାରିଖ ସକାଳ ସାଢ଼େ ୮ଟାରୁ ୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related story